ବିଜେପିରେ ଯୋଗଦେଲେ କୋରାପୁଟ ଜିଲ୍ଲା ବିଜେଡି ଉପସଭାପତି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, March 8, 2019

ବିଜେପିରେ ଯୋଗଦେଲେ କୋରାପୁଟ ଜିଲ୍ଲା ବିଜେଡି ଉପସଭାପତି

ଭୁୁବନେଶ୍ୱର : ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ଅମିତ ଶାହାଙ୍କ ନୀତି ଏବଂ ଆଦର୍ଶରେ ଅନୁପ୍ରାଣିତ ହୋଇ ବିଜେପି ବିଧାୟକ ଦଳର ନେତା କେ.ଭି ସିଂହଦେଓ ଓ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀଙ୍କ ଉପସ୍ଥିତିରେ କୋରାପୁଟ ଜିଲ୍ଲା ବିଜେଡି ଉପସଭାପତି ଏବଂ ମ୍ୟୁନିସିପାଲିଟିର ଭାଇସ ଚେୟାରମ୍ୟାନ ବିଜେଡି ଛାଡି ଆଜି ବିଜେପିରେ ସାମିଲ ହୋଇଛନ୍ତି ।

କୋରାପୁଟ ଜିଲ୍ଲା ସଭାପତି ବିଜୟ ମିଶ୍ରଙ୍କ ନେତୃତ୍ୱରେ କୋରାପୁଟ ଜିଲ୍ଲା ବିଜେଡି ଉପସଭାପତି ତ୍ରିପୁରାରୀ ଗରଡା ଏବଂ ମ୍ୟୁନିସପାଲିଟିର ଭାଇସ ଚେୟାରମ୍ୟାନ ସଂଜୁଲତା ରାଉତ ଆଜି ବିଜେପିରେ ସାମିଲ ହୋଇଛନ୍ତି। ବିଧାୟକ ଦଳ ନେତା କେ.ଭି ସିଂହଦେଓ ଓ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ ଉଭୟଙ୍କୁ ଉତ୍ତରୀୟ ଏବଂ ଟୋପି ପିନ୍ଧାଇ ବିଧିବଦ୍ଧ ଭାବେ ଦଳରେ ସାମିଲ କରାଇଛନ୍ତି। ଶ୍ରୀ ସିଂହଦେଓ ସମସ୍ତଙ୍କୁ ସ୍ୱାଗତ କରିବା ସହ ସାଧୁବାଦ ଜଣାଇଛନ୍ତି। ଏହି ମିଶ୍ରଣ ଦ୍ୱାରା ଦଳ ଆହୁରି ମଜବୁତ୍ ହେବ ବୋଲି ଶ୍ରୀ ସିଂହଦେଓ କହିଛନ୍ତି।

ବିଜେପିରେ ସଦ୍ୟ ମିଶିଥିବା ନେତା କହିଛନ୍ତି, ରାଜ୍ୟର ଉପଯୁକ୍ତ ବିକାଶ ବିଜେପି ସରକାର ହିଁ କରିପାରିବ। ଆଜିର ସ୍ଥିତିରେ ବିଜେପି ହିଁ ଏକମାତ୍ର ବିକଳ୍ପ ବୋଲି ସେମାନେ କହିବା ସହ ବିଜେଡି ଦଳର ନେତାମାନେ ଦୁର୍ନୀତି ଓ ଭ୍ରଷ୍ଟାଚାର ଲିପ୍ତ ରହିଛନ୍ତି ବୋଲି ଅଭିଯୋଗ କରିଛନ୍ତି।

ଦଳୀୟ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ଏହି ମିଶ୍ରଣ ପର୍ବରେ ପୂର୍ବତନ ବିଧାୟକ ତଥା ବରିଷ୍ଠ ନେତା ପ୍ରତାପ ଷଡଙ୍ଗୀ ଏବଂ ବିଜେପି ନେତ୍ରୀ ତଥା ସିନେ ଅଭିନେତ୍ରୀ ଅନୁ ଚୌଧୁରୀ ଉପସ୍ଥିତ ଥିଲେ ।



from Odisha Reporter https://ift.tt/2UqzssJ

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages