ବିଜେପିରେ ଯୋଗଦେଲେ ପ୍ରଶାନ୍ତ ନନ୍ଦଙ୍କ ପୁଅ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, March 21, 2019

ବିଜେପିରେ ଯୋଗଦେଲେ ପ୍ରଶାନ୍ତ ନନ୍ଦଙ୍କ ପୁଅ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ନିର୍ବାଚନ ପାଇଁ ଏବେ ଜୋର ଧରିଛି ଦଳ ଡିଆଁ ରାଜନୀତି ଓ ମିଶ୍ରଣ ପର୍ବ। ପ୍ରତିଦିନି କିଛି ନେତା ଗୋଟିଏ ଦଳ ଛାଡ଼ି ଅନ୍ୟ ଦଳରେ ଯୋଗ ଦେଉଥିବା ବେଳେ ଆଉ କିଛି ବ୍ୟକ୍ତି ସକ୍ରିୟ ରାଜନୀତିରେ ଭାଗ ନେବାକୁ ଆସି ଦଳରେ ଯୋଗ ଦେଉଛନ୍ତି। ଏହି ପରିପ୍ରେକ୍ଷୀରେ ଆଜି ବିଜେଡି ନେତା ତଥା ରାଜ୍ୟସଭା ସଦସ୍ୟ ପ୍ରଶାନ୍ତ ନନ୍ଦଙ୍କ ପୁଅ ରିଷଭ ନନ୍ଦ ବିଜେପିରେ ଯୋଗଦେଇଛନ୍ତି।

ଏହି ଅବସରରେ ଆଜି ରାଜ୍ୟ ବିଜେପି କାର୍ଯ୍ୟାଳୟରେ ମିଶ୍ରଣ ପର୍ବର ଆୟୋଜନ କରାଯାଇଥିଲା। ରାଜ୍ୟ ବିଜେପି ସଭାପତି ବସନ୍ତ ପଣ୍ଡା, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା ଓ କେଭି ସିଂହଦେଓ ପ୍ରମୁଖଙ୍କ ଉପସ୍ଥିତିରେ ପ୍ରଶାନ୍ତ ନନ୍ଦଙ୍କ ପୁଅ ବିଜେପିରେ ଯୋଗ ଦେଇଥିଲେ।



from Odisha Reporter https://ift.tt/2TZs5vy

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages