
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜିଠାରୁ ଦୁଇ ଦିନ ଯାଏ ଓଡ଼ିଶାର ପାଗ ମୁଖ୍ୟତଃ ଶୁଖିଲା ରହିବ। ଏପରି କି ଦିନବେଳା ତାପମାତ୍ରା ମଧ୍ୟ ବୃଦ୍ଧି ପାଇବ। ତେବେ ଆସନ୍ତା ୩ ତାରିଖରୁ ପୁଣିଥରେ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। ଏଭଳି ବର୍ଷା ମାର୍ଚ୍ଚ ୩ରୁ ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ହେବ ବୋଲି ଆଜି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
କେନ୍ଦ୍ରର ବରିଷ୍ଠ ପାଣିପାଗ ବିଶେଷଜ୍ଞ ସୁଦର୍ଶନ ମିଶ୍ର କହିଛନ୍ତି, ମାର୍ଚ୍ଚ ୩ରେ ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ମାଲକାନଗିରି, କୋରାପୁଟ, ବଲାଙ୍ଗିର, ସୋନପୁର, ବରଗଡ଼, ବୌଦ୍ଧ ଓ ସମ୍ବଲପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ମଧ୍ୟମ ଧରଣର ବର୍ଷା ସହ କୁଆପଥର ମାଡ଼ ହେବାର ଆଶଙ୍କା ରହିଛି।
ସେହିପରି ମାର୍ଚ୍ଚ ୪ରେ ଉତ୍ତର, ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଝଡ଼ତୋଫାନ ସହ ବର୍ଷା ହେବାର ସମ୍ଭାବନା ରହିଛି। ମାର୍ଚ୍ଚ ୪ ଓ ୫ରେ ଉତ୍ତର ଉପକୂଳ ଓଡ଼ିଶା ସମେତ ମୟୂରଭଞ୍ଜ, କେନ୍ଦୁଝର ଓ ଢେଙ୍କାନାଳରେ ପବନ ସହ ବର୍ଷା ହୋଇପାରେ ବୋଲି ଶ୍ରୀ ମିଶ୍ର ଆକଳନ କରିଛନ୍ତି।
from Odisha Reporter https://ift.tt/2HaTFPl
No comments:
Post a Comment