୧୩ ଓ ୧୪ରେ ବର୍ଷା ସମ୍ଭାବନା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, March 10, 2019

୧୩ ଓ ୧୪ରେ ବର୍ଷା ସମ୍ଭାବନା

rain

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମାର୍ଚ୍ଚ ୧୨ ତାରିଖ (ଆସନ୍ତାକାଲି) ପର୍ଯ୍ୟନ୍ତ ସାରା ରାଜ୍ୟରେ ପାଗ ଶୁଖିଲା ରହିବ। ଏହା ପରେ ପାଗରେ ସାମାନ୍ୟ ପରିବର୍ତ୍ତନ ହେବ।

ମାର୍ଚ୍ଚ ୧୩ ଓ ୧୪ ତାରିଖରେ ରାଜ୍ୟର କିଛି ସ୍ଥାନରେ ବର୍ଷା ହେବ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଗତକାଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଥିବା ବୁଲେଟିନ୍‌ ଅନୁଯାୟୀ, ୧୩ ତାରିଖରେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନ ସହିତ ବଲାଙ୍ଗିର, ସୋନପୁର, କଳାହାଣ୍ଡି, ନୂଆପଡ଼ା, ବୌଦ୍ଧ, ନବରଙ୍ଗପୁର, ବୌଦ୍ଧ, ମାଲକାନଗିରି ଓ କୋରାପୁଟ ଜିଲ୍ଲାର କିଛି ସ୍ଥାନରେ ହାଲୁକା ବର୍ଷା ହୋଇପାରେ। ତେବେ ରାଜ୍ୟର ଅନ୍ୟ ସ୍ଥାନ ଗୁଡ଼ିକରେ ପାଗ ଶୁଖିଲା ରହିବ।

୧୪ ତାରିଖ ଦିନ ଉତ୍ତର ଓଡ଼ିଶା ସହିତ କଳାହାଣ୍ଡି, କନ୍ଧମାଳ, ନୟାଗଡ଼ ଓ ବୌଦ୍ଧ ଜିଲ୍ଲାର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଝଡ଼ବର୍ଷା ଓ ବଜ୍ରପାତକୁ ନେଇ ପାଣିପାଗ ବିଭାଗ ପକ୍ଷରୁ ୮ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। ସେହି ଜିଲ୍ଲା ଗୁଡ଼ିକ ହେଲା- ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଦେବଗଡ଼, ଅନୁଗୋଳ ଓ ଢେଙ୍କାନାଳ।



from Odisha Reporter https://ift.tt/2u4BwLj

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages