ଟାଟା ମ୍ୟାଜିକ୍‌କୁ ପିଟି ଦେଲା ଟ୍ରକ୍‌: ଜଣେ ମୃତ, ୩ ଆହତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, March 31, 2019

ଟାଟା ମ୍ୟାଜିକ୍‌କୁ ପିଟି ଦେଲା ଟ୍ରକ୍‌: ଜଣେ ମୃତ, ୩ ଆହତ

tatamagic

କେନ୍ଦ୍ରାପଡ଼ା (ମନୋଜ ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲ୍ଲା ଟିକରପଙ୍ଗା ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି।

ମୃତ ବ୍ୟକ୍ତିଙ୍କ ନାଁ ଗୋଲକ ମହାନ୍ତି। ତାଙ୍କ ଘର ଟିକରପଙ୍ଗାରେ। ଗୁରୁତର ଆହତଙ୍କୁ ପାରାଦୀପ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଆଜି ସକାଳେ ଏକ ଟାଟା ମ୍ୟାଜିକ୍‌ ଗାଡ଼ି ଜାତୀୟ ରାଜପଥ ୫ (କ)ରେ ପାରାଦୀପ ଅଭିମୁଖେ ଯାଉଥିବା ବେଳେ ଟିକରପଙ୍ଗା ନିକଟରେ ଏକ ୧୦ ଚକିଆ ଟ୍ରକ୍ ଏହାକୁ ପଛପଟୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳର ହିଁ ଗୋଲକଙ୍କ ମୃତ୍ୟୁ ଘଟିଥିଲା।

roadblockଏହି ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ସେଠାରେ ଟାୟାର ଜାଳି ରାସ୍ତାରୋକ କରିଛନ୍ତି। ମୃତକଙ୍କ ପରିବାର ଲୋକଙ୍କୁ କ୍ଷତିପୂରଣ ପ୍ରଦାନ କରିବାକୁ ସେମାନେ ଦାବି କରିଛନ୍ତି। ମାର୍ଶାଘାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରୁଛି।



from Odisha Reporter https://ift.tt/2JXO2XY

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages