
କୁପୱାଡ଼ା: ଜମ୍ମୁ-କଶ୍ମୀରର କୁପୱାଡ଼ା ସ୍ଥିତ ହିଣ୍ଡୱାରର ବାବାଗୁଣ୍ଡ ଗାଁରେ ଆଜି ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଏଥିରେ ୨ ଜଣ ଆତଙ୍କବାଦୀ ନିହତ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରେ ସର୍ଚ୍ଚ ଅପରେସନ୍ ଜାରି ରହିଛି।
ଆଜି ସକାଳେ ବାବାଗୁଣ୍ଡ ଗାଁରେ ଲସ୍କର-ଏ -ତାଇବାର କିଛି ଆତଙ୍କବାଦୀ ଲୁଚି ରହିଥିବା ଖବର ମିଳିଥିଲା। ଏହାପରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସର୍ଚ୍ଚ ଅପରେସନ୍ ଆରମ୍ଭ ହୋଇଥିଲା। ଏହି ସମୟରେ ଆତଙ୍କବାଦୀମାନେ ଗୁଳି ଚଳାଇବାରୁ ସୁରକ୍ଷାକର୍ମୀଙ୍କ ପକ୍ଷରୁ ମଧ୍ୟ ଏହାର ଜବାବ ଦିଆଯାଇଥିଲା।
ଦୀର୍ଘ ସମୟ ଧରି ଚାଲିଥିବା ଏହି ଏନ୍କାଉଣ୍ଟରରେ ୨ ଜଣ ଆତଙ୍କୀ ନିହତ ହୋଇଛନ୍ତି। ସେମାନଙ୍କ ମୃତଦେହ ନିକଟରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ ହୋଇଛି। ତେବେ ସେମାନଙ୍କ ପରିଚୟ ମିଳିପାରି ନାହିଁ।
from Odisha Reporter https://ift.tt/2TqO1iL
No comments:
Post a Comment