ଦୁଇ ଏନ୍‌କାଉଣ୍ଟରରେ ୪ ଆତଙ୍କୀ ସଫା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, March 28, 2019

ଦୁଇ ଏନ୍‌କାଉଣ୍ଟରରେ ୪ ଆତଙ୍କୀ ସଫା

ଶ୍ରୀନଗର: ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଆରମ୍ଭ ହୋଇଥିବା ଅପରେଶନ ଅଲଆଉଟ୍‌କୁ ଆଜି ବଡ଼ ସଫଳତା ମିଳିଛି। ଉପତ୍ୟକାର ଦୁଇଟି ସ୍ଥାନରେ ହୋଇଥିବା ଏନ୍‌କାଉଣ୍ଟରରେ ୪ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ସୋପିଆନ୍‌ରେ ୩ ଜଣ ଆତଙ୍କୀଙ୍କ ମୁଣ୍ଡ ଗଡ଼ିଥିବା ବେଳେ କୁପୱାଡାରେ ଜଣେ ଆତଙ୍କବାଦୀ ପ୍ରାଣ ହରାଇଛି।

ସୋପିଆନ୍‌ର ୱାଇରାନା ଜଙ୍ଗଲରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ମିଳିବା ପରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସର୍ଚ୍ଚ ଅପରେଶନ୍‌ ଆରମ୍ଭ ହୋଇଥିଲା। ଏହି ସମୟରେ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀ ମୁହାଁମୁହିଁ ହୋଇଥିଲେ। ଏଥିରେ ଲସ୍କର-ଏ-ତାଇବାର ସାଜିଦ୍‌ ଖାଣ୍ଡାୟା,ଅକିବ ଅହମ୍ମଦ ଦାର ଓ ବାଶରତ୍‌ ଅହମ୍ମଦ ମୀର ନାମକ ୩ ଜଣ ଆତଙ୍କବାଦୀ ନିହତ ହୋଇଥିଲେ। ସେମାନଙ୍କ ନିକଟରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ ହୋଇଛି। ଏମାନେ ଉପତ୍ୟକାରେ ଦୀର୍ଘଦିନ ହେଲା ବିଭିନ୍ନ ଆତଙ୍କୀ କାର୍ଯ୍ୟକଳାପରେ ସଂପୃକ୍ତ ଥିଲେ।

ସେହିପରି ଏହି ଏନ୍‌କାଉଣ୍ଟରର କିଛି ଘଣ୍ଟା ପରେ କୁପୱାଡାର ହିନ୍ଦୱାରାରେ ମଧ୍ୟ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଥିଲେ। ଏଥରେ ଜଣେ ଆତଙ୍କବାଦୀ ନିହତ ହୋଇଛି। ତେବେ ତା’ର ପରିଚୟ ମିଳିନାହିଁ ବୋଲି ପୁଲିସ୍‌ ପକ୍ଷରୁ କୁହାଯାଇଛି।



from Odisha Reporter https://ift.tt/2YwvEst

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages