ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, March 17, 2019

ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

voting21

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି। ଏପ୍ରିଲ୍ ୧୧ ତାରିଖରେ ହେବ ପ୍ରଥମ ପର୍ଯ୍ୟାୟ ନିର୍ବାଚନ। ସେଥିପାଇଁ ଓଡ଼ିଶାର ୪ଟି ଲୋକସଭା ଆସନ ସହିତ ୨୮ଟି ବିଧାନସଭା ଆସନ ପାଇଁ ଏହି ବିଜ୍ଞପ୍ତି ପ୍ରକାଶ ପାଇଛି।

ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟରେ କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଓ ବ୍ରହ୍ମପୁର ଲୋକସଭା ଆସନ ସହିତ ଏହା ଅଧୀନରେ ଆସୁଥିବା ୨୮ଟି ବିଧାନସଭା ନିର୍ବାଚନ ମଣ୍ଡଳୀରେ ଭୋଟ୍ ଗ୍ରହଣ କରାଯିବ।

ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲର ଶେଷ ତାରିଖ ହେଉଛି ମାର୍ଚ୍ଚ ୨୫। ତା’ପର ଦିନ ଅର୍ଥାତ୍ ମାର୍ଚ୍ଚ ୨୬ ତାରିଖରେ ପ୍ରାର୍ଥିପତ୍ର ଯାଞ୍ଚ କରାଯିବ। ୨୮ ତାରିଖ ସୁଦ୍ଧା ପ୍ରାର୍ଥିପତ୍ର ପ୍ରତ୍ୟାହାର କରାଯାଇପାରି।

ସାରା ଦେଶରେ ପ୍ରଥମ ପର୍ଯ୍ୟାୟରେ ୯୧ଟି ଲୋକସଭା ଆସନ ପାଇଁ ଭୋଟ୍ ଗ୍ରହଣ ହେବ।

ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇ ସାରିଥିବା ଯୋଗୁ ଦିନେ ଦୁଇ ଦିନ ଭିତରେ ଓଡ଼ିଶାରେ ସବୁ ଦଳ ସେମାନଙ୍କ ପ୍ରାର୍ଥୀ ତାଲିକା ଘୋଷଣା କରି ଦେବେ ବୋଲି କୁହାଯାଇଛି। ଆଜି ବିଜେଡି ତା’ ପ୍ରାର୍ଥୀ ତାଲିକା ଘୋଷଣା କରିବ ବୋଲି କୁହାଯାଉଛି।



from Odisha Reporter https://ift.tt/2W7P1pH

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages