ମେଡିକାଲ୍‌ ଯାଉଥିବା ବେଳେ ପିଟିଦେଲା ଟ୍ରକ୍‌, ଚାଲିଗଲା ମହିଳାଙ୍କ ଜୀବନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, March 29, 2019

ମେଡିକାଲ୍‌ ଯାଉଥିବା ବେଳେ ପିଟିଦେଲା ଟ୍ରକ୍‌, ଚାଲିଗଲା ମହିଳାଙ୍କ ଜୀବନ

ବଲାଙ୍ଗିର (ଓଡ଼ିଶା ରିପୋର୍ଟର): ବଲାଙ୍ଗିର-ମହିମୁଣ୍ଡା ରାସ୍ତାର ଖଲିଆପାଲି ନିକଟରେ ବାଇକକୁ ଧକ୍କା ଦେଲା ଟ୍ରକ। ରାସ୍ତାରେ ଜଣେ ମହିଳାଙ୍କ ଜୀବନ ଚାଲିଯାଇଥିବା ବେଳେ ତାଙ୍କ ସ୍ୱାମୀ ଓ ଦୁଇ ବର୍ଷର ଶିଶୁ ବଞ୍ଚିବା ପାଇଁ ସଂଘର୍ଷ କରୁଛନ୍ତି।

କୁରୁଲ ଗାଁର ବନମାଳି ବେହେରା, ତାଙ୍କ ସ୍ତ୍ରୀ ସନ୍ଧ୍ୟାରାଣୀ ସାହୁ ଓ ଦୁଇ ବର୍ଷର ପୁଅ ବାଇକରେ ବଲାଙ୍ଗିର ହସ୍ପିଟାଲକୁ ଯାଉଥିଲେ। ହଠାତ ପଛପଟୁ ଏକ ଟ୍ରକ ଆସି ତାଙ୍କୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ସନ୍ଧ୍ୟାରାଣୀଙ୍କ ମୃତ୍ୟୁ ହୋଇଥିଲା। ତେବେ ତାଙ୍କ ସ୍ୱାମୀ ବନମାଳି ଓ ଦୁଇବର୍ଷର ପୁଅ ଗୁରୁତର ଆହତ ହୋଇଥିଲେ। ସମସ୍ତଙ୍କୁ ବଲାଙ୍ଗିର ଭୀମଭୋଇ ମେଡିକାଲ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଥିଲା। ତେବେ ବନମାଳିଙ୍କ ପୁଅଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ବୁର୍ଲା ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି।

ବଲାଙ୍ଗିର ଟାଉନ ଥାନା ପୁଲିସ ଟ୍ରକକୁ ଜବତ କରିବା ସହିତ ଅଧିକ ତଦନ୍ତ ଜାରୀ ରଖିଛି।



from Odisha Reporter https://ift.tt/2FIVKRA

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages