ସ୍ତ୍ରୀର ଚରିତ୍ର ସନ୍ଦେହ କରି ଟାଙ୍ଗିଆରେ ହାଣି ହତ୍ୟା କଲା ସ୍ୱାମୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, March 8, 2019

ସ୍ତ୍ରୀର ଚରିତ୍ର ସନ୍ଦେହ କରି ଟାଙ୍ଗିଆରେ ହାଣି ହତ୍ୟା କଲା ସ୍ୱାମୀ

ନୂଆପଡ଼ା(ମୟାଧର ସରାଫ୍‌): ସନ୍ଦେହ ସବୁ ସମ୍ପର୍କକୁ ବିଗାଡ଼ିଦିଏ। ସନ୍ଦେହ ପାଖରେ ଭଲପାଇବାର ମାନେ କିଛି ନ ଥାଏ। ଆଉ ସନ୍ଦେହ ଥରେ ଉପୁଜିଲେ ସବୁ ସାରିଦେଲା ଭଳି ପରିସ୍ଥିତି ବି ଉପୁଜେ। ଏମିତି ଗୋଟିଏ ବିବତ୍ସ କାଣ୍ଡ ଘଟିଛି ନୂଆପଡା ଜିଲା ଖଡିଆଳ ଥାନା ସୁନାରୀସିକୁଆଁ ଗ୍ରାମରେ । ପତ୍ନୀଙ୍କ ଚାରିତ୍ରକୁ ସନ୍ଦେହ କରି ଗ୍ରାମର ମୋତିଲାଲ ଛତ୍ରିଆ ପତ୍ନୀ ବାସନ୍ତୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିଛନ୍ତି।

ମୋତିଲାଲ ୪ ବର୍ଷ ତଳେ ଛତ୍ରିଆ ବହଲପଦର ଗ୍ରାମର ବାସନ୍ତୀଙ୍କୁ ବିବାହ କରିଥିଲେ। ଉଭୟଙ୍କର ଏକ ଦେଢ ବର୍ଷର ଶିଶୁପୁତ୍ର ବି ରହିଛି। ହେଲେ କିଛି ଦିନ ତଳେ କୌଣସି ଏକ ଘଟଣାକୁ ନେଈ ମୋତିଲାଲଲ୍‌ ବାସନ୍ତିଙ୍କ ଚରିତ୍ରକୁ ସନ୍ଦେହ କରୁଥିଲେ। ଯାହାକୁ ନେଇ ଭ୍ରଙ୍କ ମଧ୍ୟରେ ପାଟିତୁଣ୍ଡ ହେଉଥିଲା। ଗତକାଲି ମଧ୍ୟ ଉଭୟଙ୍କ ମଧ୍ୟରେ ବଚସା ଉଗ୍ରରୂପ ନେଇଥିଲା। ଶେଷରେ ରାଗିଯାଇ ଏକ ଟାଙ୍ଗୀଆରେ ମୋତିଲାଲ ପତ୍ନୀ ବାସନ୍ତୀଙ୍କୂ ହାଣି ଫେରାର ହୋଇ ଯାଇଥିଲେ।

ଘଟଣାସ୍ଥଳରେ ବାସନ୍ତିଙ୍କ ମୃତ୍ୟୁ ହୋଇଥିଲା। ଏ ସମ୍ପର୍କରେ ଥାନାରେ ଅଭିଯୋଗ ପରେ ପୁଲିସ୍‌ ତନାଘନା ଆରମ୍ଭ କରିଥିଲା । ଶେଷରେ ଲେସୁନପାଲିଠାରେ ଥିବେ ମୋତିଲାଲଙ୍କ ଭିଣୋଇ ଘରୁ ଅଭିଯୁକ୍ତଙ୍କୁ ଗିରଫ କରିଥିଲା ପୁଲିସ୍‌।



from Odisha Reporter https://ift.tt/2tSRA2Q

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages