
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ସାଧାରଣ ନିର୍ବାଚନ ରଣାଙ୍ଗନରେ ୩୪୭ଜଣ ପ୍ରାର୍ଥୀ ମଇଦାନକୁ ଓହ୍ଲାଇଛନ୍ତି। ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନରେ ୫ଟି ଲୋକସଭା ଓ ୩୫ ବିଧାନସଭା ପାଇଁ ଆଜି ନାମାଙ୍କନ ପତ୍ର ଦାଖଲ ଶେଷ ହୋଇଛି।
ନିର୍ବାଚନ କମିଶନଙ୍କ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ୩୫ଟି ବିଧାନସଭା ଆସନରେ ମୋଟ ୩୦୨ଜଣ ପ୍ରାର୍ଥୀ ଓ ୫ଟି ଲୋକସଭା ଆସନରେ ମୋଟ ୪୫ଜଣ ପ୍ରାର୍ଥୀ ମଇଦାନକୁ ଓହ୍ଲାଇଛନ୍ତି। ଆଜି ନାମାଙ୍କନ ପତ୍ର ଦାଖଲର ଶେଷ ଦିନରେ ବିଧାନସଭା ପାଇଁ ୨୦୫ଜଣ ଓ ଲୋକସଭା ପାଇଁ ୨୪ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି।
ଅନ୍ୟପକ୍ଷରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ନିମନ୍ତେ ବିଧାନସଭା ପାଇଁ ଦାଖଲ ହୋଇଥିବା ନାମାଙ୍କନ ପତ୍ରଗୁଡ଼ିକର ଯାଞ୍ଚ ପରେ ୨୦୩ଜଣ ପ୍ରାର୍ଥୀଙ୍କ ନାମାଙ୍କନ ପତ୍ର କାଏମ ରହିଛି। ସେହିପରି ଲୋକସଭା ପାଇଁ ଦାଖଲ ହୋଇଥିବା ପ୍ରାର୍ଥୀପତ୍ର ମଧ୍ୟରୁ ୨୮ଜଣଙ୍କର ନାମାଙ୍କନ ପତ୍ର କାଏମ ରହିଛି।
from Odisha Reporter https://ift.tt/2WosVPU
No comments:
Post a Comment