ବିଚାରାଧୀନ କଏଦୀଙ୍କ ମୃତ୍ୟୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, March 26, 2019

ବିଚାରାଧୀନ କଏଦୀଙ୍କ ମୃତ୍ୟୁ

ନବରଙ୍ଗପୁର(ନବଘନ ବିଷୋୟୀ): ଉମରକୋଟ ଉପ କାରାଗାରର ବିଚାରାଧୀନ କଏଦୀଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ମୃତକ ହେଲେ ରାଇଘର ବ୍ଳକ ରାହାସପାରା ଗାଁର ଦେବ ମାଝୀ।
ଚାରି ମାସ ତେଳେ ଏକ ହତ୍ୟାକାଣ୍ଡରେ ସମ୍ପୃକ୍ତି ଅଭିଯୋଗରେ ତାଙ୍କୁ ହାଜତରେ ଭର୍ତ୍ତି କରାଯାଇଥିଲା। ଗତକାଲି ସନ୍ଧ୍ୟାରେ ସେ ଅସୁସ୍ଥ ହୋଇ ପଡ଼ିଥିଲେ। ତାଙ୍କୁ ପ୍ରଥମେ ଉମରକୋଟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ନବରଙ୍ଗପୁର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ତେବେ ଚିକିତ୍ସାଧୀନ ଅବସ୍ଥାରେ ଆଜି ସକାଳେ ତାଙ୍କର ମୃତ୍ୟୁ ହୋଇଛି। ଚିକିତ୍ସା ଅବହେଳାରୁ ଦେବଙ୍କର ମୃତ୍ୟୁ ହୋଇଥିବା ପରିବାର ଲୋକେ ଓ ଜେଲ କର୍ମଚାରୀ ଅଭିଯୋଗ କରିଛନ୍ତି।



from Odisha Reporter https://ift.tt/2JHNKnS

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages