୬୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, March 13, 2019

୬୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ganja

ବୌଦ୍ଧ (ଭାର୍ଜନ କୁମାର ପ୍ରଧାନ): ବୌଦ୍ଧ ଜିଲ୍ଲା କଣ୍ଟାମାଲ ଥାନା ଅନ୍ତର୍ଗତ ନୂଆପାଲି ସ୍ଥିତ ଶୁଲିଆ ଜଙ୍ଗଲରେ ଚଢ଼ାଉ କରି ପୁଲିସ୍ ପାଖାପାଖି ୨ କୁଇଣ୍ଟାଲ୍ ଗଞ୍ଜେଇ ଜବତ କରିଛି। ଏହାର ଆନୁମାନିକ ମୂଲ୍ୟ ୬୦ ଲକ୍ଷ ଟଙ୍କା ହେବ ବୋଲି ପୁଲିସ୍ ପକ୍ଷରୁ କୁହାଯାଇଛି।

ଏ ଘଟଣାରେ ଜଣଙ୍କୁ ଗିରଫ କରାଯାଇଥିବା ବେଳେ ୬ ଜଣ ଫେରାର ହୋଇଯାଇଛନ୍ତି। ଗିରଫ ଯୁବକଙ୍କ ନାଁ ଶୁଭ୍ରାଂଶୁ କର୍ମୀ।

ଗଞ୍ଜେଇ ଚାଲାଣ ନେଇ କୌଣସି ସୂତ୍ରରୁ ଖବର ପାଇ ପୁଲିସ୍ ଏହି ଜଙ୍ଗଲରେ ଚଢ଼ାଉ କରିଥିଲା। ଚଢ଼ାଉ ବେଳେ ବସ୍ତାରେ ଗଞ୍ଜେଇ ଭର୍ତ୍ତି କରାଯାଉଥିଲା।
ପୁଲିସ୍ ଏ ଘଟଣାରେ ତଦନ୍ତ ଚଳାଇଛି ଓ ଫେରାର ବ୍ୟକ୍ତିମାନଙ୍କୁ ଧରିବାକୁ ଉଦ୍ୟମ କରୁଛି।



from Odisha Reporter https://ift.tt/2HvEgcA

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages