ଆସନ୍ତାକାଲି ଏହି ସବୁ ଜିଲ୍ଲାରେ କାଳବୈଶାଖୀ ସହ ବର୍ଷା ସମ୍ଭାବନା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, March 12, 2019

ଆସନ୍ତାକାଲି ଏହି ସବୁ ଜିଲ୍ଲାରେ କାଳବୈଶାଖୀ ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଧୀରେ ଧୀରେ ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ବଢ଼ିବା ସହ ଗରମ ଅନୁଭୂତ ହେଉଛି। ଆଗାମୀ ଦୁଇ ଦିନ ତାପମାତ୍ରା ସ୍ୱାଭାବିକ ରହିବ ବୋଲି ପାଣିପାଗ ବିଭାଗ ଅନୁମାନ କରିଛି।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗର କାର୍ଯ୍ୟରତ ଅଫିସର ରମେଶ ନାୟକ କହିଛନ୍ତି,“ବଙ୍ଗୋପସାଗରରୁ ଜଳୀୟବାଷ୍ପପୂର୍ଣ୍ଣ ବାୟୁ ଓଡ଼ିଶା ମଧ୍ୟକୁ ପ୍ରବେଶ କରୁଛି। ସେଥିପାଇଁ ପାଗ ଟିକେ ଥଣ୍ଡା ରହୁଛି। ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ପ୍ରଭାବରେ ୧୩ ତାରିଖରେ ପଶ୍ଚିମ ଓଡ଼ିଶାର ସୁନ୍ଦରଗଡ଼, ସମ୍ବଲପୁର ଓ ବରଗଡ଼ ଜିଲ୍ଲାରେ କାଳବୈଖାଖୀ ସହ ବର୍ଷା ହେବା ସମ୍ଭାବନା ରହିଛି। ସେହିପରି ୧୪ ଓ ୧୫ ତାରିଖରେ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ସହ ବର୍ଷା ହେବ। ଉତ୍ତର ଓଡ଼ିଶାରେ କାଳବୈଶାଖୀ ସହ ଅଧିକ ବର୍ଷା ହେବ। ପଶ୍ଚିମ ଓଡ଼ିଶାର କେତୋଟି ଜିଲ୍ଲାରେ କାଳବୈଶାଖୀ ସହ ବର୍ଷା ହେବ।”

ଗତକାଲି ମାଲକାନଗିରିରେ ସର୍ବାଧିକ ତାପମାତ୍ରା ୩୮.୫ଡିଗ୍ରୀ ରେକର୍ଡ କରାଯାଇଛି। ଭବାନୀପାଟଣା, ବଲାଙ୍ଗିର ଓ ସୋନପୁରରେ ତାପମାତ୍ରା ୩୭ ଡିଗ୍ରୀ ରହିଥିଲା।



from Odisha Reporter https://ift.tt/2SWa7Fv

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages