ପ୍ରମିଳା, ପ୍ରସନ୍ନ ଓ ସୁରେଶ କଲେ ପ୍ରାର୍ଥିପତ୍ର ଦାଖଲ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, March 25, 2019

ପ୍ରମିଳା, ପ୍ରସନ୍ନ ଓ ସୁରେଶ କଲେ ପ୍ରାର୍ଥିପତ୍ର ଦାଖଲ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସିକା ଲୋକସଭା ଆସନ ପାଇଁ ବିଜେଡି ପ୍ରାର୍ଥୀ ପ୍ରମିଳା ବିଷୋଇ ଆଜି ଛତ୍ରପୁରରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନିଜର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ପ୍ରମିଳାଙ୍କ ସାଙ୍ଗରେ ବରିଷ୍ଠ ବିଜେଡି ନେତା ତଥା ଜିଲ୍ଲା ବିଜେଡି ସଭାପତି ପ୍ରଦୀପ ପାଣିଗ୍ରାହୀ ଏବଂ ଅନ୍ୟ ନେତାମାନେ ଉପସ୍ଥିତ ଥିଲେ। ଆଜି ସକାଳେ ପ୍ରମିଳା ମନ୍ଦିରରେ ପୂଜାର୍ଚ୍ଚନା କରି ବିରାଟ ଶୋଭାଯାତ୍ରାରେ ଜିଲ୍ଲାପାଳଙ୍କ ଅଫିସରେ ପହଞ୍ଚିଥିଲେ। ସେଠାରେ ସେ ନାମାଙ୍କନ ପତ୍ର ଦାଖଲ କରିଥିଲେ।

 

ବରଗଡ଼ ଲୋକସଭା ଆସନରୁ ବିଜେଡି ପ୍ରାର୍ଥୀ ପ୍ରସନ୍ନ ଆଚାର୍ଯ୍ୟ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ନିଜର ଶତାଧିକ ସମର୍ଥକ ଓ ଦଳୀୟ କର୍ମୀଙ୍କ ସହ ଶୋଭାଯାତ୍ରାରେ ଯାଇ ବରଗଡ଼ ନିର୍ବାଚନ ଅଧିକାରୀଙ୍କ ନିକଟରେ ସେ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ।

ସେହିପରି ବିଜେପିରୁ ବରଗଡ଼ ଲୋକସଭା ପ୍ରାର୍ଥୀ ସୁରେଶ ପୂଜାରୀ ମଧ୍ୟ ଶୋଭାଯାତ୍ରାରେ କର୍ମୀଙ୍କ ସହ ଯାଇ ନାମାଙ୍କନ ପତ୍ର ଦାଖଲ କରିଛନ୍ତି।



from Odisha Reporter https://ift.tt/2CMLYMD

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages