
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର)ନବରଙ୍ଗପୁର ସାଂସଦ ବଳଭଦ୍ର ମାଝୀ ଆଜି ବିଜେଡିରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫା ପତ୍ରକୁ ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଛନ୍ତି। ଇସ୍ତଫା ପତ୍ରରେ ସେ ଗୁରୁତର ଅଭିଯୋଗ ଆଣିଛନ୍ତି। ସେ କହିଛନ୍ତି ଯେ, ମୁଁ ୭ ବର୍ଷର ସରକାରୀ ଚାକିରି ଛାଡ଼ି ବିଜେଡିକୁ ଆସିଥିଲି।
ଏ ମଧ୍ୟରେ ଆମ ଭିତରେ ଦୂରତା ବଢ଼ୁଥିବା ଅନୁଭବ କରୁଛି। କିଛି ଲୋକ ନବୀନ ପଟ୍ଟନାୟକଙ୍କୁ ବିଭ୍ରାନ୍ତ କରୁଛନ୍ତି। ଗତଥର ଅପେକ୍ଷା ଏଥର ମୁଁ ପ୍ରତାରିତ ହେଲା ଭଳି ଅନୁଭବ କରୁଛି ।
ସେ ଆହୁରି କହିଛନ୍ତି ଯେ, ଏବେ ଦଳରେ ମୋର କିଛି ଆବଶ୍ୟକତା ନଥିବା ଭଳି ଲାଗୁଛି। ନବୀନ ପଟ୍ଟନାୟକଙ୍କ ବିରୋଧରେ ମୋର କିଛି ଅଭିଯୋଗ ନାହିଁ। କିନ୍ତୁ ଏଭଳି ସ୍ଥିତିରେ ଆଉ ପାର୍ଟିରେ ରହିବାକୁ ଚାହୁଁନି ବୋଲି ସେ କହିଛନ୍ତି।
from Odisha Reporter https://ift.tt/2HxYti0
No comments:
Post a Comment