ବୈଜ୍ଞାନିକ ଅଜିତ୍ ମହାନ୍ତି ଭାବା ଆଣବିକ ଗବେଷଣା କେନ୍ଦ୍ରର ନିର୍ଦ୍ଦେଶକ ନିଯୁକ୍ତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, March 6, 2019

ବୈଜ୍ଞାନିକ ଅଜିତ୍ ମହାନ୍ତି ଭାବା ଆଣବିକ ଗବେଷଣା କେନ୍ଦ୍ରର ନିର୍ଦ୍ଦେଶକ ନିଯୁକ୍ତ

bhaba

ମୁମ୍ବାଇ (ଓଡ଼ିଶା ରିପୋର୍ଟର): ଶେଷରେ ଭାବା ଆଣବିକ ଗବେଷଣା କେନ୍ଦ୍ର (ବାର୍କ) ପାଇଛି ନୂଆ ନିର୍ଦ୍ଦେଶକ। ଜଣେ ଓଡ଼ିଆ ବୈଜ୍ଞାନିକଙ୍କୁ ଏହି ପଦରେ ନିଯୁକ୍ତି ଦିଆଯାଇଛି। ତାଙ୍କ ନାଁ ଡକ୍ଟର ଅଜିତ୍ କୁମାର ମହାନ୍ତି।

ଛଅ ମାସ ହେଲା ଏହି ପଦ ଖାଲି ପଡ଼ିଥିଲା। ନିଯୁକ୍ତି ସଂକ୍ରାନ୍ତୀୟ କ୍ୟାବିନେଟ୍‌ କମିଟିର ନିଷ୍ପତ୍ତି କ୍ରମେ ଡକ୍ଟର ମହାନ୍ତିଙ୍କୁ ଏହି ନିଯୁକ୍ତି ଦିଆଯାଇଛି। ମୁମ୍ବାଇ ସ୍ଥିତ ଦେଶର ଏହି ପ୍ରମୁଖ ଆଣବିକ ଗବେଷଣା କେନ୍ଦ୍ରରେ ସେ ତିନି ବର୍ଷ ପାଇଁ ନିର୍ଦ୍ଦେଶକ ଦାୟିତ୍ୱରେ ରହିବେ।

ବେସିକ୍ ଫିଜିକ୍ସରେ ବିଶେଷ ପାରଦର୍ଶିତା ହାସଲ କରିଥିବା ଏହି ୫୯ ବର୍ଷୀୟ ଓଡ଼ିଆ ବୈଜ୍ଞାନିକ ‘ଡାର୍କ ମ୍ୟାଟର୍’ର ରହସ୍ୟ ଉନ୍ମୋଚନ କ୍ଷେତ୍ରରେ ବି କାର୍ଯ୍ୟ କରୁଛନ୍ତି।

ଅଜିତ ମହାନ୍ତି ଏବେ ଭାବା ଆଣବିକ ଗବେଷଣା କେନ୍ଦ୍ରର ଫିଜିକ୍ସ ବିଭାଗ ନିର୍ଦ୍ଦେଶକ ଅଛନ୍ତି। ସେ କୋଲକାତା ସ୍ଥିତ ସାହା ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ନ୍ୟୁକ୍ଲିଅର ଫିଜିକ୍ସର ନିର୍ଦ୍ଦେଶକ ମଧ୍ୟ ଥିଲେ। ଯଦୁଗୋଡ଼ାରେ ୟୁରାନିୟମ୍‌ ଖଣିରେ ଭାରତର ଗଭୀରତମ ଅଣ୍ଡରଗ୍ରାଉଣ୍ଡ ଲାବୋରଟୋରୀ ପ୍ରତିଷ୍ଠା କରିବାରେ ସେ ଥିଲେ ପ୍ରମୁଖ ସୂତ୍ରଧର। ଡାର୍କ ମ୍ୟାଟର ସଂପର୍କିତ ଗବେଷଣା ପାଇଁ ଏହାକୁ ପ୍ରତିଷ୍ଠା କରାଯାଇଛି।



from Odisha Reporter https://odishareporter.in/odisha/barc-gets-new-director-348959

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages