
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ସନ୍ଧ୍ୟା ସୁଦ୍ଧା ରାଜ୍ୟର ୧୨ ଜିଲ୍ଲାରେ ଝଡ଼ବର୍ଷା ହେବ। ଏପରିକି ଘଡଘଡ଼ି ମାରିବ। ଏଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି।
ଆଜି ସନ୍ଧ୍ୟା ସାଢ଼େ ୭ଟା ସୁଦ୍ଧା ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼, ଭଦ୍ରକ, ବାଲେଶ୍ୱର, ଯାଜପୁର, କେନ୍ଦୁଝର, ମୟୂରଭଂଜ, କନ୍ଧମାଳ, ନୟାଗଡ଼ ଓ ଗଞ୍ଜାମ ଜିଲ୍ଲାରେ ବର୍ଷା ହେବ। ଏପରିକି କେତେକ ସ୍ଥାନରେ ପବନ ବହିବା ସହିତ ଘଡ଼ଘଡ଼ି ମାରିବାର ସମ୍ଭାବନା ରହିଛି। ଏଥିପାଇଁ ପାଣିପାଗ ବିଭାଗର ସୂଚନା ଜାରି କରିଛି।
ସୂଚନାରୁ ପ୍ରକାଶ, ଗତକାଲି ରାଜ୍ୟର କେତେକ ସ୍ଥାନରେ ବର୍ଷା ହେବା ସହିତ ଘଡଘଡ଼ି ମାରିଥିଲା। ଫଳରେ ଅନୁଗୋଳ ଜିଲ୍ଲା ପାଲଲହଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିଲା। ମହିଳା ଜଣକ ଘର ବାରଣ୍ଡାରେ ବସିଥିବା ବେଳେ ବଜ୍ରପାତ ହେବାରୁ ତାଙ୍କର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି।
from Odisha Reporter https://ift.tt/2TPw4dW
No comments:
Post a Comment