ଗାଁରେ ପଶି ବୃଦ୍ଧଙ୍କୁ ଦଳି ଦେଲା ଦନ୍ତା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, March 1, 2019

ଗାଁରେ ପଶି ବୃଦ୍ଧଙ୍କୁ ଦଳି ଦେଲା ଦନ୍ତା

elephant

ଢେଙ୍କାନାଳ (ରାଜଶ୍ରୀ ଶତପଥୀ): ଢେଙ୍କାନାଳ ଜିଲ୍ଲା ଗୁଡ଼ିଆକାଟେଣୀରେ ହାତୀ ଆତଙ୍କ। ଏକ ଦନ୍ତା ହାତୀ ଆକ୍ରମଣରେ ସେଠାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଯୁବତୀ ଆହତ ହୋଇଛନ୍ତି।

ମୃତ ବ୍ୟକ୍ତିଙ୍କ ନାଁ ଦୟାନିଧି ସାହୁ (୬୫)। ସେ ଘର ବାହାରକୁ ଗାଧୋଇବା ପାଇଁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡ଼ି ଯାଇଥିଲେ। ହାତୀ ଆକ୍ରମଣରେ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା।

ସେହିଭଳି ହାତୀ ଆକ୍ରମଣରେ ଆହତ ଯୁବତୀଙ୍କ ନାଁ ରଶ୍ମୀତା ସାହୁ (୨୦)। ସେ ଘର ବାହାରକୁ ଆସିଥିବା ବେଳେ ହାତୀ ହାବୁଡ଼ରେ ପଡ଼ି ଯାଇଥିଲେ। ଆହତ ରଶ୍ମୀତାଙ୍କୁ ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

hati23ଏହି ଘଟଣା ପରେ ସ୍ଥାନୀୟ ଲୋକେ ୫୫ ନମ୍ବର ଜାତୀୟ ରାଜପଥ ଅବରୋଧ କରିଛନ୍ତି। ସ୍ଥାନୀୟ ଅଞ୍ଚଳରେ ହାତୀ ଉପଦ୍ରବ ବଢ଼ିଥୁବା ପ୍ରତିବାଦରେ ଲୋକେ ରାସ୍ତାରୋକ କରିଛନ୍ତି। ଫଳରେ ରାସ୍ତାର ଉଭୟ ପାର୍ଶ୍ୱରେ ଶହ ଶହ ଗାଡ଼ି ଅଟକି ରହିଛି।

ମିଳିଥିବା ସୂଚନା ଅନୁଯାୟୀ, ଆଜି ସକାଳେ ଏକ ହାତୀପଲ ସ୍ଥାନୀୟ ଅଞ୍ଚଳ ଦେଇ ୫୫ ନମ୍ୱର ଜାତୀୟ ରାଜପଥ ଅତିକ୍ରମ କରିଥିଲେ। ଏହି ଦନ୍ତା ହାତୀ ମଧ୍ୟ ସେହି ପଲରେ ଥିଲା। ତେବେ ସେ କୌଣସି ମତେ ପଛରେ ରହି ଯାଇଥିଲା ଓ ପରେ ଗାଁରେ ପଶି ଆକ୍ରମଣ କରିଥିଲା।



from Odisha Reporter https://ift.tt/2Etomg1

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages