ଏପ୍ରିଲ ୧୧ରୁ ୭ ପର୍ଯ୍ୟାୟ ଭୋଟ ଗ୍ରହଣ, ମେ’ ୨୩ରେ ଫଳାଫଳ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, March 10, 2019

ଏପ୍ରିଲ ୧୧ରୁ ୭ ପର୍ଯ୍ୟାୟ ଭୋଟ ଗ୍ରହଣ, ମେ’ ୨୩ରେ ଫଳାଫଳ

ନୂଆଦିଲ୍ଲୀ: ଅନେକ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ୨୦୧୯ ସାଧାରଣ ନିର୍ବାଚନ ତାରିଖ ଘୋଷଣା କରିଛନ୍ତି ମୁଖ୍ୟ ନିର୍ବାଚନ କମିଶନର ସୁନୀଲ ଆରୋରା। ୭ଟି ପର୍ଯ୍ୟାୟରେ ହେବାକୁ ଥିବା ଏହି ନିର୍ବାଚନର ପ୍ରଥମ ପର୍ଯ୍ୟାୟ ଭୋଟ୍‌ ଗ୍ରହଣ ଏପ୍ରିଲ ୧୧ ତାରିଖରେ ହେବ ବୋଲି ସେ ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନଠାରେ ଘୋଷଣା କରିଛନ୍ତି।

ଚଳିତ ମାର୍ଚ୍ଚ ମାସ ୧୮ ତାରିଖକୁ ନାମାଙ୍କନ ପତ୍ର ଦାଖଲ ଆରମ୍ଭ ତାରିଖ ରୂପେ ବଛାଯାଇଥିବାବେଳେ ୨୫ ତାରିଖ ନାମାଙ୍କନ ପତ୍ର ଦାଖଲ ପାଇଁ ଶେଷ ତାରିଖ ରଖାଯାଇଛି। ୨୬ ତାରିଖରେ ନାମାଙ୍କନ ପତ୍ର ଯାଞ୍ଚ ଆରମ୍ଭ ହେବ ଏବଂ ପ୍ରାର୍ଥୀପତ୍ର ପ୍ରତ୍ୟାହାର ପାଇଁ ମାର୍ଚ୍ଚ ୨୯ ତାରିଖ ଶେଷ ତାରିଖ ନିର୍ଦ୍ଧାରିତ ହୋଇଛି।

୭ଟି ପର୍ଯ୍ୟାୟରେ ଭୋଟ୍‌ ଗ୍ରହଣ କ୍ରମରେ ଏପ୍ରିଲ ୧୧ ତାରିଖରେ ପ୍ରଥମ ପର୍ଯ୍ୟାୟ ଭୋଟ୍‌ ଗ୍ରହଣ,ଏପ୍ରିଲ ୧୮ ତାରିଖରେ ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ ଗ୍ରହଣ,ଏପ୍ରିଲ ୨୩ ତାରିଖରେ ତୃତୀୟ ପର୍ଯ୍ୟାୟ ଭୋଟ୍‌ ଗ୍ରହଣ, ଏପ୍ରିଲ ୨୯ ତାରିଖରେ ଚତୁର୍ଥ ପର୍ଯ୍ୟାୟ, ମେ ୬ ତାରିଖରେ ପଞ୍ଚମ ପର୍ଯ୍ୟାୟ, ମେ ୧୨ ତାରିଖରେ ଷଷ୍ଠ ପର୍ଯ୍ୟାୟ ଭୋଟ୍‌ ଗ୍ରହଣ ଏବଂ ମେ ୧୯ ତାରିଖରେ ସପ୍ତମ ବା ଶେଷ ପର୍ଯ୍ୟାୟ ଭୋଟ୍‌ ଗ୍ରହଣ ହେବ।

ଓଡ଼ିଶାରେ ହେବାକୁ ଥିବା ଲୋକସଭା ନିର୍ବାଚନ ମଧ୍ୟରୁ ପ୍ରଥମ ପର୍ଯ୍ୟାୟ ଅର୍ଥାତ ଏପ୍ରିଲ ୧୧ରେ ୪ଟି ଆସନ, ଏପ୍ରିଲ ୧୮ରେ ୫ଟି ଆସନ, ଏପ୍ରିଲ ୨୩ରେ ୬ଟି ଆସନ ଏବଂ ଏପ୍ରିଲ ୨୯ରେ ୬ଟି ଆସନ ପାଇଁ ଭୋଟ୍‌ ଗ୍ରହଣ ହେବ।

ପ୍ରଥମ ପର୍ଯ୍ୟାୟରେ ୨୦ଟି ରାଜ୍ୟର ୯୧ ଆସନ ପାଇଁ ଭୋଟ୍‌ ଗ୍ରହଣ ହେବ। ଦ୍ୱିତୀୟ ପର୍ଯ୍ୟାୟରେ ୧୩ଟି ରାଜ୍ୟର ୯୭ ଆସନ ପାଇଁ ଭୋଟ୍‌ ଗ୍ରହଣ ହେବ। ତୃତୀୟ ପର୍ଯ୍ୟାୟରେ ୧୪ଟି ରାଜ୍ୟର ୧୧୫ ଆସନ ପାଇଁ ଭୋଟ୍‌ ଗ୍ରହଣ ହେବ। ଚତୁର୍ଥ ପର୍ଯ୍ୟାୟରେ ୯ଟି ରାଜ୍ୟର ୭୧ ଆସନ ପାଇଁ ଭୋଟ୍‌ ଗ୍ରହଣ ହେବ। ପଞ୍ଚମ ପର୍ଯ୍ୟାୟରେ ୭ଟି ରାଜ୍ୟର ୫୧ ଆସନ ପାଇଁ ଭୋଟ୍‌ ଗ୍ରହଣ ହେବ। ଷଷ୍ଠ ପର୍ଯ୍ୟାୟରେ ୭ଟି ରାଜ୍ୟର ୫୯ ଆସନ ପାଇଁ ଭୋଟ୍‌ ଗ୍ରହଣ ହେବ। ସପ୍ତମ ପର୍ଯ୍ୟାୟରେ ୮ଟି ରାଜ୍ୟର ୫୯ ଆସନ ପାଇଁ ଭୋଟ୍‌ ଗ୍ରହଣ ହେବ।



from Odisha Reporter https://ift.tt/2J2yIZF

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages