ଲାଞ୍ଚ ନେଉଥିବା ବେଳେ ଧରା ପଡ଼ିଲେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, March 2, 2019

ଲାଞ୍ଚ ନେଉଥିବା ବେଳେ ଧରା ପଡ଼ିଲେ

ରାଉରକେଲା (ପବନ ତିୱାରୀ): ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି ସୁନ୍ଦରଗଡ଼ ଜିଲ୍ଲା ବଣାଇ ଲେବର ଅଫିସ୍‌ରେ ରୁରାଲ୍‌ ଇନ୍ସପେକ୍ଟର ଭାବେ କାର୍ଯ୍ୟ କରୁଥିବା ଅଶୋକ କୁମାର ଡୁଙ୍ଗଡୁଙ୍ଗ। ଲେବର କାର୍ଡ କରାଇଦେବା ପାଇଁ ସେ ଜଣକା ୬୦ରୁ ୬୫ ଟଙ୍କା ଲେଖାଏଁ ନେଉଥିବା ଭିଜିଲାନ୍ସ ଅଧିକାରୀମାନେ ତାଙ୍କୁ ଗିରଫ କରିଛନ୍ତି।

ସୁନ୍ଦରଗଡ଼ ମଜଦୁର ମଞ୍ଚର ସାଧାରଣ ସମ୍ପାଦକ ଦିଲ୍ଲୀପ କୁମାର ଲହେରୀଙ୍କଠାରୁ ଶ୍ରୀ ଡୁଙ୍ଗଡୁଙ୍ଗ ଆଜି ୩୨୫୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ସାଦା ପୋଷାକରେ ଉପସ୍ଥିତ ଥିବା ଭିଜିଲାନ୍ସ ଅଧିକାରୀମାନେ ତାଙ୍କୁ ଗିରଫ କରିଥିଲେ। ଏପରିକି ତାଙ୍କଠାରୁ ଲାଞ୍ଚ ଟଙ୍କା ଜବତ କରିଛନ୍ତି। ପରେ ଭିଜିଲାନ୍ସ ଅଧିକାରୀମାନେ ଅଶୋକଙ୍କ ଅଫିସ୍‌ ଓ ସରକାରୀ ଆବାସରେ ଚଢ଼ଉ କରି ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ କରିଛି।।



from Odisha Reporter https://ift.tt/2CbaqqH

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages