
ଜଗତସିଂହପୁର(ଶଶାଙ୍କ ଶେଖର ପଣ୍ଡା): ଜଗତସିଂହପୁର ଜିଲ୍ଲା କନ୍ଦରପୁର-ମାଛଗାଁ ରାସ୍ତାର ଯୋଗଧାରୀ ନିକଟରେ ହାଇୱା ଧକ୍କାରେ ଜଣେ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଆହତ ହୋଇଛନ୍ତି। ତାଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।
ମୃତକ ଜଣଙ୍କ ହେଲେ ବାଲିକୁଦା ଥାନା ତେରତାଙ୍ଗ ଗାଁର ଦିପୁ ଓରଫ ସୂର୍ଯ୍ୟକାନ୍ତ ଶତପଥୀ। ଆହତ ଜଣଙ୍କ ହେଲେ ଅଲାଭର ଶାସନ ଗ୍ରାମର ମୁନା ଦାସ।
ଆଜି ସକାଳେ ଉଭୟ ଏକ ବାଇକରେ କଟକ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା। ସେମାନଙ୍କୁ ଜଗତସିଂହପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ଦିପୁଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। କୁହୁଡି ଯୋଗୁ ଏହି ଦୁର୍ଘଟଣା ଘଟିଥିବା ଅନୁମାନ କରାଯାଉଛି। ପୁଲିସ୍ ଘଟଣାର ତଦନ୍ତ କରୁଛି।
from Odisha Reporter https://ift.tt/2OqezLY
No comments:
Post a Comment