ବିଜେପିରେ ମିଶିଲେ ଦୁଇ ପୂର୍ବତନ ବିଧାୟକ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, March 24, 2019

ବିଜେପିରେ ମିଶିଲେ ଦୁଇ ପୂର୍ବତନ ବିଧାୟକ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପୂର୍ବତନ ବିଧାୟକ ବୃନ୍ଦାବନ ମାଝୀ ଓ ଦେବୀ ଚାନ୍ଦଙ୍କ ସମେତ ଶତାଧିକ ନେତା ଓ କର୍ମୀ ବିଜେଡି ଓ କଂଗ୍ରେସ ଛାଡ଼ି ଆଜି ବିଜେପିରେ ସାମିଲ ହୋଇଛନ୍ତି।
ଦଳୀୟ ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବରିଷ୍ଠ ନେତା ବିଶ୍ୱଭୂଷଣ ହରିଚନ୍ଦନ,ଡାକ୍ତର ଦାମୋଦର ରାଉତ ଓ ଅନ୍ୟମାନଙ୍କ ଉପସ୍ଥିତିରେ ଏହି ନେତା ଓ କର୍ମୀମାନେ ବିଜେପିରେ ସାମିଲ ହୋଇଛନ୍ତି।

ପୂର୍ବତନ ପୁଲିସ ଡିଜି ପ୍ରକାଶ ମିଶ୍ର ଓ ପୂର୍ବତନ ଏମଏସଏମଇ ସଚିବ ପଞ୍ଚାନନ ଦାସ ମଧ୍ୟ ବିଜେପିରେ ସାମିଲ ହୋଇଛନ୍ତି।

ବିଜେପିରେ ଆଜି ବାଲେଶ୍ୱର, ଯାଜପୁର ଓ କଟକ ଜିଲ୍ଲାର ବହୁ ନେତା ଓ କର୍ମୀ ସାମିଲ ହୋଇଛନ୍ତି। ବାଲେଶ୍ୱର ଜିଲ୍ଲା ବାଲିଆପାଳ ପୂର୍ବତନ ଜିଲ୍ଲା ପରିଷଦ ସଦସ୍ୟ ମହେଶ୍ୱର ଜେନା, ଭୋଗରାଇ ବ୍ଲକ ପୂର୍ବତନ ଜିଲ୍ଲା ପରିଷଦ ସଦସ୍ୟ ଆଶିଷ ମହାନ୍ତି; ଅବସରପ୍ରାପ୍ତ ଅତିରିକ୍ତ ଏସପି ପ୍ରଦୀପ୍ତ କୁମାର ଜେନା, କଟକ ଜିଲ୍ଲା ବିଜେଡି ଉପସଭାପତି ପାର୍ବତୀ ଦାସ, ବନ ବିହାରୀ ନାୟକ, ଘାଟି ହଟାଓ ଆନ୍ଦୋଳନର ସଦସ୍ୟ ବିକାଶ ଗିରି, ବରିଷ୍ଠ ଆଇନଜୀବୀ ସତ୍ୟ ପ୍ରଧାନ ପ୍ରମୁଖ ବିଜେପିରେ ସାମିଲ ହୋଇଛନ୍ତି।

ଦାନଗଦୀ ପଞ୍ଚାୟତ ସମିତି ଅଧ୍ୟକ୍ଷା ଲୋପାମୁଦ୍ରା ନାୟକ, ଜିଲ୍ଲା ପରିଷଦ ସଦସ୍ୟ ପ୍ରତାପ କୁମାର ଧିରଙ୍କ ସମେତ ବହୁ ସରପଞ୍ଚ, ସମିତି ସଭ୍ୟ ବିଜେଡି ଓ କଂଗ୍ରେସ ଛାଡ଼ି ବିଜେପିରେ ସାମିଲ ହୋଇଛନ୍ତିା ଏହି ମିଶ୍ରଣ ଦ୍ୱାରା ଦଳ ଆହୁରି ମଜଭୁତ ହେବ ବୋଲି ରାଜ୍ୟ ଉପସଭାପତି ସମୀର ମହାନ୍ତି କହିଛନ୍ତି। ଏହି ମିଶ୍ରଣ ପର୍ବରେ ଅନ୍ୟମାନଙ୍କ ମଧ୍ୟରେ ବିଧାୟକ ଗୋବିନ୍ଦ ଦାସ, ପୂର୍ବତନ ମନ୍ତ୍ରୀ ସମୀର ଦେ, ରାଜ୍ୟ ବିଜେପି ଗଣମାଧ୍ୟମ ବିଭାଗ ମୁଖ୍ୟ ଓ ରାଜ୍ୟ ମୁଖପାତ୍ର ଗୋଲକ ମହାପାତ୍ର, ଯୁବମୋର୍ଚ୍ଚା ରାଷ୍ଟ୍ରୀୟ ଉପସଭାପତି ଠାକୁର ରଞ୍ଜିତ ଦାସ ପ୍ରମୁଖ ଉପସ୍ଥିତ ଥିଲେ ।



from Odisha Reporter https://ift.tt/2TW9ukM

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages