ଏପ୍ରିଲ ୧୧ରୁ ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ଭୋଟ୍ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, March 10, 2019

ଏପ୍ରିଲ ୧୧ରୁ ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ଭୋଟ୍

vote

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଗାମୀ ସାଧାରଣ ନିର୍ବାଚନ ପାଇଁ ଆଜିଠୁ ନିର୍ବାଚନ ଆଚରଣ ବିଧି ଲାଗୁ ହେବା ସହ ମତଦାନ ତାରିଖ ଘୋଷଣା ହୋଇଛି। ଜାତୀୟ ମୁଖ୍ୟ ନିର୍ବାଚନ କମିଶନର ସୁନୀଲ ଅରୋରା ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ଏନେଇ ସୂଚନା ଦେଇ କହିଛନ୍ତି ଯେ, ସମଗ୍ର ଦେଶର ମୋଟ ୫୪୫ଟି ସିଟ୍ ପାଇଁ ୭ଟି ପର୍ଯ୍ୟାୟରେ ମତଦାନ କରାଯିବ। ତେବେ ଓଡ଼ିଶାରେ ମୋଟ ୨୧ଟି ଲୋକସଭା ଆସନ ପାଇଁ ଭୋଟ୍ ଗ୍ରହଣ ଏପ୍ରିଲ ୧୧ରୁ ୨୯ତାରିଖ ମଧ୍ୟରେ ସମ୍ପାଦିତ ହେବ।

ପ୍ରଥମ ପର୍ଯ୍ୟାୟରେ ୪ଟି ଲୋକସଭା ଆସନ ପାଇଁ ଏପ୍ରିଲ ୧୧ତାରିଖରେ, ଦ୍ୱିତୀୟ ପର୍ଯ୍ୟାୟରେ ୫ଟି ଲୋକସଭା ଆସନ ପାଇଁ ୧୮ତାରିଖ, ତୃତୀୟ ପର୍ଯ୍ୟାୟରେ ୬ଟି ଲୋକସଭା ଆସନ ପାଇଁ ଏପ୍ରିଲ ୨୩ତାରିଖ ଓ ବାକି ୬ଟି ଲୋକସଭା ଆସନ ପାଇଁ ଭୋଟଗ୍ରହଣ ଏପ୍ରିଲ ୨୯ତାରିଖରେ ହେବ। ତେବେ କେଉଁ ଆସନରେ କେଉଁ ଦିନ ଭୋଟଗ୍ରହଣ ତାହା ଖୁବଶୀଘ୍ର ଜଣାପଡ଼ିବ।



from Odisha Reporter https://ift.tt/2tZplPZ

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages