ଦୁଇ ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା; ଚାପି ହୋଇ ରହିଗଲେ ଡ୍ରାଇଭର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, March 28, 2019

ଦୁଇ ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା; ଚାପି ହୋଇ ରହିଗଲେ ଡ୍ରାଇଭର

acident

ଅନୁଗୋଳ (ବିରଜା ପ୍ରସାଦ ଦାଶ): ଅନୁଗୋଳ ଜିଲ୍ଲା କିଶୋରନଗର ଥାନା ଅନ୍ତର୍ଗତ କଳାବେଡ଼ା ନିକଟରେ ୫୫ ନମ୍ବର ଜାତୀୟ ରାଜପଥରେ ଆଜି ଦୁଇଟି ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣା ପରେ ଗୋଟିଏ ଟ୍ରକ୍ର ଡ୍ରାଇଭର ପ୍ରାୟ ଦୁଇ ଘଣ୍ଟା ଧରି ଗାଡ଼ି ଭିତରେ ଚାପି ହୋଇ ରହିଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇଛି।

ସକାଳ ପ୍ରାୟ ସାଢ଼େ ୮ଟା ବେଳେ ସମ୍ବଲପୁରରୁ ଅନୁଗୋଳ ଅଭିମୁଖେ ଯାଉଥିବା ଏକ ପିଆଜ ବୋଝେଇ ଟ୍ରକ୍ ସହିତ ବିପରୀତ ଦିଗରୁ ଆସୁଥିବା ଏକ କୋଇଲା ବୋଝେଇ ଟ୍ରକ୍ର ମୁହାଁମୁହିଁ ଧକ୍କା ହୋଇଥିଲା।

ଦୁର୍ଘଟଣା ପରେ କୋଇଲା ବୋଝେଇ ଟ୍ରକର ଚାଳକ ଓ ତାଙ୍କ ସହଯୋଗୀ କୌଣସି ମତେ ଗାଡ଼ିରୁ ବାହାରିବାରେ ସକ୍ଷମ ହୋଇଥିଲେ। ତେବେ ପିଆଜ ବୋଝେଇ ଟ୍ରକ୍ର ଚାଳକ ଗାଡ଼ିରେ ଚାପି ହୋଇ ରହିଯାଇଥିଲେ। ପରେ ପୁଲିସ୍ ଓ ଅଗ୍ନିଶମ ବାହିନୀ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ତାଙ୍କୁ ଉଦ୍ଧାର କରିଥିଲେ।

ଏହି ଦୁର୍ଘଟଣା ଯୋଗୁ ୫୫ ନମ୍ବର ଜାତୀୟ ରାଜପଥ ଜାମ୍ ହୋଇଯାଇଥିଲା। ରାସ୍ତାର ଉଭୟ ପାର୍ଶ୍ୱରେ ଶହ ଶହ ଗାଡ଼ି ଅଟକି ରହିଥିଲେ।



from Odisha Reporter https://ift.tt/2OwRo2J

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages