
ମାଲକାନଗିରି(ଜିତେନ୍ଦ୍ର ବେଉରା): ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ସୁକମା ଜିଲ୍ଲାର ବିମାପୁରମରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୪ ଜଣ ନକ୍ସଲ ନିହତ ହୋଇଛନ୍ତି। ଘଟଣାସ୍ଥଳରୁ ଗୋଟିଏ ଇନ୍ସାସ୍,ଦୁଇଟି ଥ୍ରିନଟ ଥ୍ର ରାଇଫଲ୍ ଜବତ କରାଯାଇଛି। ସୁରକ୍ଷାକର୍ମୀମାନେ ଅଞ୍ଚଳରେ ସର୍ଚ୍ଚ ଅପରେସନ୍ ଜାରି ରଖିଛନ୍ତି। ଆଜି ସକାଳେ ସୁରକ୍ଷାକର୍ମୀ ଓ ନକ୍ସଲଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା।
ବିମାପୁରମରେରେ ନକ୍ସଲ କ୍ୟାମ୍ପ ଥିବା ନେଇ ସୁରକ୍ଷାକର୍ମୀମାନେ କୌଣସି ସୂତ୍ରରୁ ଖବର ପାଇଥିଲେ। ସୁରକ୍ଷାକର୍ମୀମାନେ ସେହି ଅଞ୍ଚଳରେ ସର୍ଚ୍ଚ ଅପରେସନ କଲାବେଳେ ନକ୍ସଲମାନେ ଗୁଳିମାଡ଼ କରିଥିଲେ। ସୁରକ୍ଷାକର୍ମୀମାନେ ଏହାର ପାଲଟା ଜବାବ ଦେଇଥିଲେ।
from Odisha Reporter https://ift.tt/2UUVkwP
No comments:
Post a Comment