ବୋହୂ ପାଇଁ ଥାନାରେ ଭଙ୍ଗାରୁଜା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, March 23, 2019

ବୋହୂ ପାଇଁ ଥାନାରେ ଭଙ୍ଗାରୁଜା

ବାସୁଦେବପୁର(କିରିଟି ଦାସ): ଭଦ୍ରକ ଜିଲ୍ଲା ବାସୁଦେବପୁରର କଷିଆ ସାମୁଦ୍ରିକ ଥାନାରେ ପଶି ଉତ୍ତ୍ୟକ୍ତ ଲୋକମାନେ ଭଙ୍ଗାରୁଜା କରିଛନ୍ତି। ସେମାନେ ପୁଲିସ୍‌ର ପାଟ୍ରୋଲିଂ ଗାଡ଼ିକୁ ଭାଙ୍ଗି ଦେଇଛନ୍ତି। ଏହାସହ ଥାନା ଭିତରେ ଥିବା ଆସବାବପାତ୍ର ଭାଙ୍ଗିବା ସହ କାଗଜପତ୍ର ଓ କମ୍ପ୍ୟୁଟର ଫିଙ୍ଗା ଫୋଫଡ଼ା କରିଛନ୍ତି। ବାପଘରୁ ବୋହୂ ନ ଫେରିବାକୁ କେନ୍ଦ୍ର କରି ଏହି ଗଣ୍ଡଗୋଳ ହୋଇଛି।

ଗତ ଛଅ ମାସ ତଳେ ପାରାପୋଖରୀ ଗାଁର ଝିଅ ବିନୋବାଭାବେ ନଗରର ଜଣେ ପୁଅକୁ ପ୍ରେମ ବିବାହ କରିଥିଲେ। ଏହି ପ୍ରେମ ବିବାହକୁ ନେଇ ଦୁଇ ଗାଁ ମଧ୍ୟରେ ତିକ୍ତତା ସୃଷ୍ଟି ହୋଇଥିଲା। ପୁଲିସର ମଧ୍ୟସ୍ଥତାରେ ଦୁଇ ଗାଁର ଗଣ୍ଡଗୋଳ ଥାନାରେ ସମାଧାନ ହୋଇଥିଲା।

ଗତକାଲି ହୋଲି ପର୍ବ ପାଇଁ ଝିଅ ବାପ ଘର(ପାରାପୋଖରୀ)କୁ ଯାଇଥିଲା। ହେଲେ ରାତିରେ ଶ୍ଵଶୁର ଘରକୁ ଫେରିଲା ବେଳେ ବିଳମ୍ବ ହୋଇଥିଲା। ଏହାକୁ ନେଇ ଶଶୁର ଘର ଲୋକେ ଅସନ୍ତୋଷ ପ୍ରକାଶ କରିଥିଲେ। ଏହି କଥାକୁ ନେଇ ପୁଅ ଘର ଓ ଝିଅ ଘର ଲୋକଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ପୁଲିସ୍ ଖବର ପାଇଁ ଘଟଣାସ୍ଥଳରେ ପହଞ୍ଚିଥିଲା। ବୁଝାସୁଝା କରିବା ପାଇଁ ଉଭୟଙ୍କ ପକ୍ଷର ଲୋକଙ୍କୁ ଥାନାକୁ ଆଣିଥିଲା ଓ ପରେ ଛାଡ଼ି ଦେଇଥିଲା।

ଆଜି ପୁଣି ପୂର୍ବ ତିକ୍ତତାକୁ ନେଇ ଉଭୟଙ୍କ ଗାଁ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ପୁଲିସ୍‌ ମାମଲା ବୁଝିବାରେ ବିଳମ୍ବ କରିଥିବା ନେଇ ବିନୋବାଭାବେ ନଗର ଗାଁର ଲୋକେ ଥାନାରେ ପଶି ଭଙ୍ଗାରୁଜା କରିଥିଲେ। ଉତ୍ତେଜନା ଲାଗି ରହିଥିବାରୁ ଘଟଣାସ୍ଥଳରେ ତିନି ପ୍ଲାଟୁନ ପୁଲିସ୍ ମୁତୟନ କରାଯାଇଛି।



from Odisha Reporter https://ift.tt/2HCfbxF

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages