ବୈଜୟନ୍ତଙ୍କ ଯୋଗଦାନ ବିଜେପିକୁ ଲାଭ ଦେବ: ଧର୍ମେନ୍ଦ୍ର ପ୍ରଧାନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, March 4, 2019

ବୈଜୟନ୍ତଙ୍କ ଯୋଗଦାନ ବିଜେପିକୁ ଲାଭ ଦେବ: ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର( ଓଡ଼ିଶା ରିପୋର୍ଟର): ବର୍ତ୍ତମାନ ଓଡିଶା ରାଜନୀତିରେ ବିଜେପିର ବଡ଼ ଭୂମିକା ରହିଥିବା ବେଳେ ବୈଜୟନ୍ତ ପଣ୍ଡାଙ୍କ ବିଜେପିରେ ଯୋଗଦାନ ଦଳକୁ ଲାଭ ଦେବ ବୋଲି କହିଛନ୍ତି କେନ୍ଦ୍ରମନ୍ତୀ ଧର୍ମେନ୍ଦ୍ର ପ୍ରଧାନା

ନୂଆଦିଲ୍ଲୀ ବିଜେପି ମୁଖ୍ୟାଳୟରେ କେନ୍ଦ୍ରାପଡ଼ାର ପୂର୍ବତନ ସାଂସଦ ତଥା ବରିଷ୍ଠ ନେତା ବୈଜୟନ୍ତ ପଣ୍ଡା ବିଧିବଦ୍ଧ ଭାବେ ବିଜେପିରେ ସାମିଲ ହେବା ପରେ ଶ୍ରୀ ପ୍ରଧାନ କହିଛନ୍ତି ଯେ ବୈଜୟନ୍ତ ପଣ୍ଡା ସାଂସଦ ଭାବରେ ଉଭୟ ଲୋକସଭା ଓ ରାଜ୍ୟସଭାରେ ନିଜସ୍ୱ ପରିଚୟ ସୃଷ୍ଟି କରିପାରିଛନ୍ତି। ଶ୍ରୀ ପଣ୍ଡା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହଙ୍କ ନେତୃତ୍ୱକୁ ସ୍ୱୀକାର କରି ଭାରତୀୟ ଜନତା ପାର୍ଟିରେ ଯୋଗଦେବାକୁ ନିର୍ଣ୍ଣୟ କରିଥିବାରୁ ଶ୍ରୀ ପ୍ରଧାନ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତିା ସେ କହିଛନ୍ତି ଶ୍ରୀ ପଣ୍ଡା ଅନେକ ସମୟରେ ମୋଦିଙ୍କ ବିଚାର ସହ ସହମତ ହୋଇ ମନ୍ତବ୍ୟ ଦେବା କାରଣରୁ ସେ ଦଳ ଭିତରେ ବିରୋଧର ସାମ୍ନା କରିଥିଲେ। ମାତ୍ର ଶ୍ରୀ ପଣ୍ଡା ସବୁବେଳେ ନିଜ ମତରେ ସ୍ଥିର ଥିଲେ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିଶ୍ୱସ୍ତରୀୟ ନେତୃତ୍ୱକୁ ସମସ୍ତ ଦିଗରୁ ସମର୍ଥନ ମିଳୁଥିବା ବେଳେ ଏ ଦିଗରେ ଶ୍ରୀ ପଣ୍ଡାଙ୍କ ପଦକ୍ଷେପ ସ୍ୱାଗତଯୋଗ୍ୟ ବୋଲି କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କହିଛନ୍ତି ।



from Odisha Reporter https://ift.tt/2Td6O1I

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages