
କେନ୍ଦ୍ରାପଡ଼ା (ମନୋଜ ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲ୍ଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗାଁରେ ଜଣେ ଯୁବକଙ୍କୁ କିଛି ଦୁର୍ବୃତ୍ତ ମରଣାନ୍ତକ ଆକ୍ରମଣ କରିଛନ୍ତି। ତାଙ୍କ ନାଁ ରାଜକିଶୋର ମାହାଳି।
ଛୁରାମାଡ଼ରେ ରାଜକିଶୋରଙ୍କ ତଳି ପେଟ ଓ ବେକରେ ଆଘାତ ଲାଗିଛି।
ସୂଚନା ଅନୁସାରେ, ଗତକାଲି ରାତି ପ୍ରାୟ ୮ଟା ସମୟରେ କିଛି ଦୁର୍ବୃତ୍ତ ରାଜକିଶୋରଙ୍କୁ ସତ୍ସଙ୍ଗ ବିହାର ନିକଟ ରାସ୍ତାରେ ଛୁରୀରେ ଆକ୍ରମଣ କରିଥିଲେ। ଦୁର୍ବୃତ୍ତମାନେ ତାଙ୍କୁ ଛୁରିରେ ଭୁସିବା ପରେ ରାସ୍ତାରେ ଫିଙ୍ଗି ଦେଇ ପଳାଇ ଯାଇଥିଲେ।
ସ୍ଥାନୀୟ ଲୋକେ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି କେନ୍ଦ୍ରାପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ଅବସ୍ଥା ଅଧିକ ଗୁରୁତର ହେବାରୁ ତାଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।
ଟଙ୍କା ନେଣଦେଣକୁ ନେଇ ଏହି ଆକ୍ରମଣ ହୋଇଥିବା କୁହାଯାଉଛି। ତେବେ ଏହି ଘଟଣାକୁ ନେଇ ଥାନାରେ କୌଣସି ଅଭିଯୋଗ ହୋଇନି।
from Odisha Reporter https://ift.tt/2IQeLFs
No comments:
Post a Comment