ଗୋପବନ୍ଧୁ ଦାଶ ହେଲେ ନବୀନଙ୍କ ରାଜନୀତିକ ସଚିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, March 11, 2019

ଗୋପବନ୍ଧୁ ଦାଶ ହେଲେ ନବୀନଙ୍କ ରାଜନୀତିକ ସଚିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଯୁଗ୍ମ ସଚିବ ଭାବେ କାର୍ଯ୍ୟ କରୁଥିବା ଗୋପବନ୍ଧୁ ଦାଶ ସରକାରୀ ଚାକିରିରୁ ଇସ୍ତଫା ଦେଇ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ରାଜନୀତିକ ସଚିବ ଭାବେ ନିଯୁକ୍ତି ପାଇଛନ୍ତି। ଆଜି ବିଜେଡି ପକ୍ଷରୁ ଏକ ପ୍ରେସ୍ ରିଲିଜ୍ ମାଧ୍ୟମରେ ଏହି ସୂଚନା ଦିଆଯାଇଛି।

ସୂଚନା ଅନୁସାରେ, ଦୀର୍ଘ ୩ବର୍ଷ ଧରି ଶ୍ରୀ ଦାଶ ଅଣଆନୁଷ୍ଠାନିକ ଭାବେ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଜନୀତିକ କାର୍ଯ୍ୟରେ ନିୟୋଜିତ ଥିଲେ। ସେ ସରକାରୀ ଅଫିସର ଭାବେ କାର୍ଯ୍ୟ କରୁଥିଲେ ମଧ୍ୟ ବିଜେଡିର ରାଜନୀତିକ ବ୍ୟାପାର ଦାୟିତ୍ୱରେ ରହିଥିଲେ। ଗତ ଶୁକ୍ରବାର ସେ ସରକାରୀ ଚାକିରିରୁ ଇସ୍ତଫା ଦେବା ପରେ ଆଜି ତାଙ୍କୁ ଶ୍ରୀ ପଟ୍ଟନାୟକଙ୍କ ରାଜନୀତିକ ସଚିବ ଭାବେ ନିଯୁକ୍ତି ମିଳିଛି। ଶ୍ରୀ ଦାଶଙ୍କୁ ଗଞ୍ଜାମ ଜିଲ୍ଲାର ସୋରଡ଼ା ବିଧାନସଭା କିମ୍ବା ଆସିକା ଲୋକସଭା ଆସନରୁ ପ୍ରାର୍ଥୀ କରାଯିବାର ସମ୍ଭାବନା ରହିଛି।



from Odisha Reporter https://ift.tt/2TDFeu6

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages