
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ନିର୍ବାଚନୀ ତାତି ସାଙ୍ଗକୁ ତାଳ ଦେଇ ବଢ଼ୁଛି ଗ୍ରୀଷ୍ମର ତାତି। ଉପାନ୍ତରୁ ଉପକୂଳ ସବୁଠି ଗ୍ରୀଷ୍ମ ପ୍ରବାହ ଅନୁଭୁତି ହୋଇଛି। ଫଳରେ ଜୀବନଯାତ୍ରା ଅସ୍ତବ୍ୟସ୍ତ ହୋଇପଡ଼ିଛି। ଆଜି ରାଜ୍ୟର ୬ଟି ସହର ତାପମାତ୍ରା ୪୦ ଡିଗ୍ରୀ ଟପିଛି। ତେବେ ୪୨ ଡିଗ୍ରୀ ସହ ଟିଟିଲାଗଡ଼ ସର୍ବାଧିକ ଉତ୍ତପ୍ତ ସହର ରହିଛି। ଏହାପଛକୁ ରହିଛି ମାଲକାନଗିରି। ଏଠାରେ ତାପମାତ୍ରା ୪୧ ଡିଗ୍ରୀ ରହିଛି।
ସେହିପରି ତାଳଚେରରେ ୪୦.୬, ଭବାନୀପାଟଣାରେ ୪୦.୨, ଅନୁଗୋଳରେ ୪୦.୧, ବଲାଙ୍ଗିରରେ ୪୦, କଟକରେ ୩୭.୬ ଓ ଭୁବନେଶ୍ୱରରେ ତାପମାତ୍ରା ୩୬.୭ ଡିଗ୍ରୀ ସେଲ୍ସିୟସ୍ ରେକର୍ଡ କରାଯାଇଛି।
ସେପଟେ ଆଜିଠୁ ଆସନ୍ତା ୫ ଦିନ ପର୍ଯ୍ୟନ୍ତ କାଳବୈଶାଖୀର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ବିଶେଷ କରି ସୁନ୍ଦରଗଡ଼, ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, କେନ୍ଦ୍ରାପଡ଼ା, ନୟାଗଡ଼, କନ୍ଧମାଳ ଓ ରାୟଗଡ଼ା ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ଥିବା ପାଣିପାଗ ବିଭାଗ ଆକଳନ କରିଛି। ତେଣୁ ଏସବୁ ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ।
from Odisha Reporter https://ift.tt/2uEHiUc
No comments:
Post a Comment