ସମ୍ବିତ ପାତ୍ରଙ୍କୁ ନୋଟିସ୍ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, March 26, 2019

ସମ୍ବିତ ପାତ୍ରଙ୍କୁ ନୋଟିସ୍

ପୁରୀ(ଓଡ଼ିଶା ରିପୋର୍ଟର):ପୁରୀ ଲୋକସଭା ଆସନ ପାଇଁ ବିଜେପି ପ୍ରାର୍ଥୀ ସମ୍ବିତ ପାତ୍ରଙ୍କୁ ନୋଟିସ୍ କରାଯାଇଛି । ସମ୍ବିତଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କରିଛନ୍ତି ପୁରୀ ଜିଲ୍ଲାପାଳ।  ନିର୍ବାଚନ ଆଚରଣବିଧି ଉଲ୍ଲଙ୍ଘନ କରିବା ଅଭିଯୋଗରେ ଏହି ନୋଟିସ୍ ଜାରି ହୋଇଛି । ଉତ୍ତରାରୁ ପୁରୀ ପର୍ଯ୍ୟନ୍ତ ଶୋଭାଯାତ୍ରା ପାଇଁ ଅନୁମତି ନ ନେଇ ଶୋଭାଯାତ୍ରା କରିଥିବାରୁ ନୋଟିସ୍ ଜାରି ହୋଇଛି।

ସୂଚନା ଅନୁଯାୟୀ, ସମ୍ବିତ ପାତ୍ରଙ୍କ ବିରୁଦ୍ଧରେ କଂଗ୍ରେସ ନିର୍ବାଚନ ଆଚରଣ ବିଧି ଉଲ୍ଲଙ୍ଘନ ଅଭିଯୋଗ ଆଣିଥିଲା। ପିସିସି ମୁଖପାତ୍ର ନିଶିକାନ୍ତ ମିଶ୍ରଙ୍କ ନେତୃତ୍ୱରେ କଂଗ୍ରେସର ଏକ ପାଞ୍ଚଜଣିଆ ପ୍ରତିନିଧି ଦଳ ଗତକାଲି ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟି ଡଃ ପାତ୍ରଙ୍କ ବିରୁଦ୍ଧରେ ଅଭିଯୋଗ କରିଥିଲେ। ସମ୍ବିତ ପାତ୍ର ଓଡ଼ିଶାର ଆରାଧ୍ୟ ଦେବତା ପ୍ରଭୁ ଜଗନ୍ନାଥଙ୍କ ବିଗ୍ରହକୁ ହାତରେ ଧରି ନିର୍ବାଚନ ରାଲି କରିଥିଲେ।

ଯାହାକି ନିର୍ବାଚନ ଆଦର୍ଶ ଆଚରଣ ବିଧିର ଖୋଲାଖୋଲି ଉଲଙ୍ଘନ ବୋଲି କଂଗ୍ରେସ ଅଭିଯୋଗ କରିଥିଲା। ତେଣୁ ତାଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ନେଇ କଂଗ୍ରେସ ଦାବି କରିଥିଲା ।



from Odisha Reporter https://ift.tt/2FB5bSV

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages