ନରେନ୍ଦ୍ର ମୋଦିଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମରେ ସାମାନ୍ୟ ପରିବର୍ତ୍ତନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, March 27, 2019

ନରେନ୍ଦ୍ର ମୋଦିଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମରେ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମରେ ସାମାନ୍ୟ ପରିବର୍ତ୍ତନ କରାଯାଇଛି। ଆଜି ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ମୁଖପାତ୍ର ଗୋଲକ ମହାପାତ୍ର।

ସେ କହିଛନ୍ତି-“ଏପ୍ରିଲ ୧ ତାରିଖରେ ପ୍ରଧାନମନ୍ତ୍ରୀ ଓଡ଼ିଶା ଗସ୍ତରେ ଆସି କଳାହାଣ୍ଡି ଜିଲ୍ଲାର ଭବାନୀପାଟଣାରେ ଏକ ସଭାରେ ଯୋଗଦେବାର କାର୍ଯ୍ୟକ୍ରମ ଥିଲା। ତେବେ ଏଥିରେ ପରିବର୍ତ୍ତନ କରାଯାଇଛି। ପ୍ରଧାନମନ୍ତ୍ରୀ ଏପ୍ରିଲ୍‌ ୧ ତାରିଖ ପରିବର୍ତ୍ତେ ୨ ତାରିଖରେ ଭବାନୀପାଟଣାରେ ଆୟୋଜିତ ହେବାକୁ ଥିବା ସାଧାରଣ ସଭାରେ ଯୋଗଦେବେ।”

ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ମାର୍ଚ୍ଚ ୨୯ ତାରିଖରେ ଓଡ଼ିଶା ଆସିବେ। ଏହି ଗସ୍ତ ବେଳେ ସେ କୋରାପୁଟ ଜିଲ୍ଲା ଜୟପୁରରେ ଅୟୋଜିତ ହେବାକୁ ଥିବା ସାଧାରଣ ସଭାରେ ଉଦ୍‌ବୋଧନ ଦେବେ।

ପୀତାମ୍ବର ଆହୁରି କହିଛନ୍ତି-“ଏପ୍ରିଲ ୧ତାରିଖରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ ଓଡ଼ିଶା ଗସ୍ତରେ ଆସୁଛନ୍ତି। ସେ ଦିନ ୧୧ଟା ବେଳେ ପାରଳାଖେମୁଣ୍ଡିରେ ପହଞ୍ଚି ଏକ ସଭାରେ ଯୋଗଦେବେ। ତା’ ପରେ ସେ ଉମରକୋଟରେ ହେବାକୁ ଥିବା ଏକ ସଭାରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।”



from Odisha Reporter https://ift.tt/2V2SMNe

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages