
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଜେପିର ଲୋକସଭା ପ୍ରାର୍ଥୀ ଡଃ ସମ୍ବିତ ପାତ୍ରଙ୍କ ବିରୁଦ୍ଧରେ ନିର୍ବାଚନ ଆଚରଣ ବିଧି ଉଲ୍ଲଙ୍ଘନ ଅଭିଯୋଗ ଆଣି କଂଗ୍ରେସ ଆଜି ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରିଛି।
ପିସିସି ମୁଖପାତ୍ର ନିଶିକାନ୍ତ ମିଶ୍ରଙ୍କ ନେତୃତ୍ୱରେ କଂଗ୍ରେସର ଏକ ପାଞ୍ଚଜଣିଆ ପ୍ରତିନିଧି ଦଳ ଆଜି ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟି ଡଃ ପାତ୍ରଙ୍କ ବିରୁଦ୍ଧରେ ଅଭିଯୋଗ କରିଛନ୍ତି। କଂଗ୍ରେସ ଅଭିଯୋଗ କରିଛି ଯେ, ଗତକାଲି ଏକ ନିର୍ବାଚନ ର୍ୟାଲିରେ ବିଜେପି ରାଷ୍ଟ୍ରୀୟ ପ୍ରବକ୍ତା ତଥା ପୁରୀର ଲୋକସଭା ପ୍ରାର୍ଥୀ ସମ୍ବିତ ପାତ୍ର ଓଡ଼ିଶାର ଆରାଧ୍ୟ ଦେବତା ପ୍ରଭୁ ଜଗନ୍ନାଥଙ୍କ ବିଗ୍ରହକୁ ହାତରେ ଧରି ନିର୍ବାଚନ ର୍ୟାଲି କରିଛନ୍ତି। ଯାହାକି ନିର୍ବାଚନ ଆଦର୍ଶ ଆଚରଣ ବିଧିର ଖୋଲାଖୋଲି ଉଲଙ୍ଘନ।
ଧର୍ମ ଓ ଜାତି ଆଧାରରେ ନିର୍ବାଚନ ଲଢ଼଼ୁଥିବା ବିଜେପି ପ୍ରାର୍ଥୀ ସମ୍ବିତ ପାତ୍ରଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା କଂଗ୍ରେସ ପାଇଁ ଦାବି କରିଛି। ଏହି ପ୍ରତିନିଧି ଦଳରେ ଅନ୍ୟମାନଙ୍କ ମଧ୍ୟରେ ମୁଖପାତ୍ର ପ୍ରଶାନ୍ତ ଶତପଥୀ, ରଜନୀ ମହାନ୍ତି, ଅଶୋକ ସାମଲ ଓ ଦୀପକ ମହାପାତ୍ର ସାମିଲ ଥିଲେ।
from Odisha Reporter https://ift.tt/2V0SJS4
No comments:
Post a Comment