ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲା ଜୈଶ ଆତଙ୍କୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, March 7, 2019

ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲା ଜୈଶ ଆତଙ୍କୀ

ଶ୍ରୀନଗର: ଜମ୍ମୁ-କଶ୍ମୀରର କୁପୱାଡ଼ାର ହିଣ୍ଡୱାରା ଠାରେ ଆଜି ସୁରକ୍ଷାକର୍ମୀଙ୍କ ଗୁଳିରେ ପାକିସ୍ତାନରେ ସକ୍ରିୟ ଥିବେ ଜୈଶ-ଏ-ମହମ୍ମଦ ଆତଙ୍କୀ ସଂଗଠନର ଜଣେ ସଦସ୍ୟ ନିହତ ହୋଇଛି। ତା’ ନିକଟରୁ ପୁଲିସ୍‌ ବିପୁଳ ପରିମାଣର ବିସ୍ଫୋରକ ଓ ଏକେ-୪୭ ଜବତ କରିଛି। ମୃତ ଆତଙ୍କବାଦୀ ଜଣଙ୍କ ପାକିସ୍ତାନ ନାଗରିକ ଓ ତା’ ନାଁ ଅନୱର ବୋଲି ଜଣାପଡ଼ିଛି।

ଗତକାଲି ବିଳମ୍ବିତ ରାତିରେ ହିଣ୍ଡ‌ୱାରା ସ୍ଥିତ କର୍ଲାଗୁଣ୍ଡ ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚିଥିବା ସୂଚନା ମିଳିଥିଲା। ଏହାପରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ପୂରା ଅଞ୍ଚଳକୁ ଘେରାଉ କରି ସର୍ଚ୍ଚଅପରେସନ ଆରମ୍ଭ ହୋଇଥିଲା।

ଏହି ସମୟରେ ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ପ୍ରବଳ ଗୁଳି ବିନିମୟ ହୋଇଥିଲା। ଦୀର୍ଘ ସମୟ ଧରି ଚାଲିଥିବା ଏହି ଏନ୍‌କାଉଣ୍ଟରରେ ଜୈଶ ଆତଙ୍କୀ ଅନୱରର ମୃତ୍ୟୁ ଘଟିଥିବା ପୁଲିସ୍‌ ପକ୍ଷରୁ କୁହାଯାଇଛି।



from Odisha Reporter https://ift.tt/2EUpt9K

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages