ଆଜିଠୁ ୫ ଦିନ ପର୍ଯ୍ୟନ୍ତ କାଳବୈଶାଖୀ; ସତର୍କ କଲା ପାଣିପାଗ ବିଭାଗ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, March 30, 2019

ଆଜିଠୁ ୫ ଦିନ ପର୍ଯ୍ୟନ୍ତ କାଳବୈଶାଖୀ; ସତର୍କ କଲା ପାଣିପାଗ ବିଭାଗ

rain1

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜିଠାରୁ ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିପାରେ। ସେଥିପାଇଁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ବିଶେଷ କରି ଉତ୍ତର ଓଡ଼ିଶା ଓ ଉତ୍ତର ଉପକୂଳ ଓଡ଼ିଶାରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିବ। ସେହିପରି ସୁନ୍ଦରଗଡ଼, କେନ୍ଦୁଝର ଓ ଦେବଗଡ଼ ଜିଲ୍ଲାରେ ମଧ୍ୟ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି। କନ୍ଧମାଳ ଓ ରାୟଗଡ଼ାରେ ଜିଲ୍ଲାର କିଛି ସ୍ଥାନରେ କାଳବୈଶାଖୀ ବର୍ଷା ହୋଇପାରେ।

ଆଜି ଓ ଆସନ୍ତାକାଲି ଉତ୍ତର ଓଡ଼ିଶାର ଜିଲ୍ଲା ଗୁଡ଼ିକରେ କାଳବୈଶାଖୀର ପ୍ରଭାବ ଅଧିକ ରହିବା ନେଇ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି।

ଅନ୍ୟପକ୍ଷରେ ଆସନ୍ତା ୪/୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ହିଟ୍‌ ୱେଭ୍‌କୁ ନେଇ କୌଣସି ସତର୍କ ସୂଚନା ନାହିଁ ବୋଲି କୁହାଯାଇଛି। ଗତକାଲି ରାଜ୍ୟରେ ୬ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା।



from Odisha Reporter https://ift.tt/2WuJ7Pu

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages