ଆଜିଠୁ ୨୧ ତାରିଖ ଯାଏ ବର୍ଷା ସମ୍ଭାବନା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, March 17, 2019

ଆଜିଠୁ ୨୧ ତାରିଖ ଯାଏ ବର୍ଷା ସମ୍ଭାବନା

rain

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜିଠୁ ୨୧ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ପାଣିପାଗ କେନ୍ଦ୍ର ପକ୍ଷରୁ ଆଜି ଜାରି କରାଯାଇଥିବା ବୁଲେଟିନ୍ ଅନୁଯାୟୀ, ଆଜି ଉତ୍ତର ଓଡ଼ିଶାର ବିଭିନ୍ନ ଜିଲ୍ଲା ଓ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ସେହିଭଳି ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଅନୁଗୋଳ ଜିଲ୍ଲାରେ ଝଡ଼ତୋଫାନ ଓ ବଜ୍ରପାତକୁ ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ମଧ୍ୟ ଝଡ଼ତୋଫାନ ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ସୁନ୍ଦରଗଡ଼, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ ଢେଙ୍କାନାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ସତର୍କ ସୂଚନା ଜାରି କରାଯାଇଛି।

୧୮ ତାରିଖରେ ଉତ୍ତର ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ। ସେହିପରି ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲା ସହିତ ରାଜ୍ୟର ଆଉ ଗୋଟିଏ ଦୁଇଟି ସ୍ଥାନରେ ବି ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ବର୍ଷା ସହିତ ଏହି ସବୁ ସ୍ଥାନ ଗୁଡ଼ିକରେ ଝଡ଼ତୋଫାନ ଓ ବଜ୍ରପାତ ମଧ୍ୟ ହେବାର ସୂଚନା ରହିଛି।

୧୯ ତାରିଖରେ କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ାର ଗୋଟିଏ ଦୁଇଟି ସ୍ଥାନରେ ହାଲ୍‌କା ବର୍ଷା ହୋଇପାରେ। ତା’ସହିତ ବଜ୍ରପାତ ବି ହୋଇପାରେ। ରାଜ୍ୟର ବାକି ଅଞ୍ଚଳରେ ପାଗ ଶୁଖିଲା ରହିବ।

୨୦ ତାରିଖରେ ଉପକୂଳ ଓଡ଼ିଶାର ଗୋଟିଏ ଅବା ଦୁଇଟି ସ୍ଥାନ ସହିତ ମୟୂରଭଞ୍ଜ, କୋରାପୁଟ, ଗଜପତି ଓ ରାୟଗଡ଼ାର କିଛି ସ୍ଥାନରେ ବର୍ଷା ହୋଇପାରେ। ଅନ୍ୟ ସବୁ ସ୍ଥାନରେ ପାଗ ଶୁଖିଲା ରହିବ।

୨୧ ତାରିଖରେ ରାଜ୍ୟର କିଛି ସ୍ଥାନରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଏହି ସମୟରେ ବଜ୍ରପାତ ବି ହୋଇପାରେ। ସୋନପୁର, ବୌଦ୍ଧ, ଅନୁଗୋଳ, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, ଢେଙ୍କାନାଳ ଓ କଟକରେ ପବନ ବୋହିବା ସହିତ ବଜ୍ରପାତ ବି ହୋଇପାରେ।



from Odisha Reporter https://ift.tt/2TTid6m

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages