
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଫେବୃଆରୀ ୨୮ ତାରିଖରେ ପୂର୍ତ୍ତ ବିଭାଗ ସଚିବ ପଦରୁ ଇସ୍ତଫା ଦେଇଥିବା ନଳିନୀକାନ୍ତ ପ୍ରଧାନ ଆଜି ବିଜେଡିରେ ଯୋଗ ଦେଇଛନ୍ତି। ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ସେ ବିଜେଡିରେ ଯୋଗ ଦେଇଛନ୍ତି।
ବିଜେଡି ତାଙ୍କୁ ଆଗାମୀ ନିର୍ବାଚନରେ ସମ୍ବଲପୁର ଲୋକସଭା ଆସନରୁ ପ୍ରାର୍ଥୀ କରିଵ ବୋଲି ପୂର୍ବରୁ ଚର୍ଚ୍ଚା ହୋଇଆସୁଥିଲା। ଆଜି ସେ ବିଜେଡିରେ ଯୋଗ ଦେବା ପରେ ଏହି ଚର୍ଚ୍ଚା ଆହୁରି ଜୋର ଧରିଛି।
ଗତ ମାସରେ ନଳୀନକାନ୍ତ ପ୍ରଧାନ ତାଙ୍କ ଇସ୍ତଫା ପତ୍ର ମୁଖ୍ୟ ସଚିବ ଆଦିତ୍ୟ ପ୍ରସାଦ ପାଢ଼ୀଙ୍କୁ ପ୍ରଦାନ କରିଥିଲେ। ସେ ବ୍ୟକ୍ତିଗତ କାରଣ ଦର୍ଶାଇ ନିଜ ପଦବୀରୁ ଇସ୍ତଫା ଦେଇଥିଲେ।
ସୂଚନାଯୋଗ୍ୟ, ନଳିନୀକାନ୍ତ ପ୍ରଧାନଙ୍କ କାର୍ଯ୍ୟକାଳ ୨୦୧୮ ମାର୍ଚ୍ଚ ମାସରେ ଶେଷ ହୋଇଯାଇଥିଲା। ସେ ସରକାରୀ ଚାକିରିରୁ ଅବସର ନେଇଥିଲେ ମଧ୍ୟ ସେତେବେଳେ ରାଜ୍ୟ ସରକାର ୨୦୧୯ ମାର୍ଚ୍ଚ ୩୧ ତାରିଖ ପର୍ଯ୍ୟନ୍ତ ତାଙ୍କର କାର୍ଯ୍ୟକାଳ ବୃଦ୍ଧି କରିଥିଲେ। ମାତ୍ର ଏହି କାର୍ଯ୍ୟକାଳ ଶେଷ ହେବାର ମାସକ ପୂର୍ବରୁ ସେ ଏହି ପଦରୁ ଇସ୍ତଫା ଦେଇଥିଲେ। ତାଙ୍କର କାର୍ଯ୍ୟକାଳ ବୃଦ୍ଧିକୁ ଚ୍ୟାଲେଞ୍ଜ କରି ହୋଇଥିବା ମାମଲା ଏବେ କୋର୍ଟରେ ବିଚାରାଧୀନ ରହିଛି। ରାଜ୍ୟ ବିଜେପି ମଧ୍ୟ ତାଙ୍କ ବିରୁଦ୍ଧରେ ସଙ୍ଗିନ ଅଭିଯୋଗ ମଧ୍ୟ ଆଣିଥିଲା। ବିଜେଡିର ନିର୍ବାଚନୀ ପାଣ୍ଠି ସଂଗ୍ରହ ପାଇଁ ସରକାରୀ ଚାକିରିରୁ ଅବସର ସତ୍ତ୍ୱେ ଶ୍ରୀ ପ୍ରଧାନଙ୍କ କାର୍ଯ୍ୟକାଳ ବୃଦ୍ଧି କରାଯାଇଛି ବୋଲି ବିଜେପି ଅଭିଯୋଗ କରିଥିଲା।
from Odisha Reporter https://ift.tt/2XJIyD3
No comments:
Post a Comment