ବିଚାରାଧୀନ କଏଦୀଙ୍କ ଆତ୍ମହତ୍ୟା! - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, March 3, 2019

ବିଚାରାଧୀନ କଏଦୀଙ୍କ ଆତ୍ମହତ୍ୟା!

jail

କୋଣାର୍କ(ସଞ୍ଜୟ ଜେନା): ପୁରୀ-କୋଣାର୍କ ବେଳାମାର୍ଗର ଟିକନା ସ୍ଥିତ ପୁରୀ ଜିଲ୍ଲା କାରାଗାରରେ ଜଣେ ବିଚାରାଧୀନ କଏଦୀଙ୍କ ସନ୍ଦେହଜନକ ଭାବେ ମୃତ୍ୟୁ ହୋଇଛି। ତାଙ୍କ ନାଁ ଶେଖ୍ ଆକବର ମେହବୁବ୍। ତାଙ୍କ ଘର ଖୋର୍ଦ୍ଧା ଜିଲ୍ଲା ସରଧାପୁରରେ।

ପୁଲିସ୍‌ କହିଛି, ଜଣେ ନାବାଳିକାଙ୍କ ସହ ଅନୈତିକ ସମ୍ପର୍କ ରଖିବା ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଥିଲା। ଗତକାଲି ମଧ୍ୟାହ୍ନରେ ଖାଇ ସାରିବା ପରେ ସେ ବାଥରୁମ୍‌କୁ ଯାଇଥିଲେ। ସେଠାରେ ସେ ବେକରେ ଗାମୁଛା ଲଗାଇ ଆତ୍ମହତ୍ୟା କରିଥିଲେ।

ପୁଲିସ୍‌ ମୃତଦେହକୁ ଜବତ କରିବା ସହ ଘଟଣାର ଅଧିକ ତଦନ୍ତ କରୁଛି। ଏ ଘଟଣାକୁ ନେଇ ଶେଖ୍‌ଙ୍କ ପରିବାର କିମ୍ବା ଜେଲ୍ କର୍ତ୍ତୃପକ୍ଷଙ୍କ ପ୍ରତିକ୍ରିୟା ମିଳିପାରିନାହିଁ।



from Odisha Reporter https://ift.tt/2IZS4hQ

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages