୧୪ ଏବଂ ୧୫ ରେ ଘଡ଼ଘଡ଼ି ସହ ଝଡ଼ତୋଫାନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, March 12, 2019

୧୪ ଏବଂ ୧୫ ରେ ଘଡ଼ଘଡ଼ି ସହ ଝଡ଼ତୋଫାନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଉତ୍ତର-ପଶ୍ଚିମ ଭାରତରେ ୱେଷ୍ଟର୍ଣ୍ଣ ଡିଷ୍ଟର୍ବାନ୍ସର ପ୍ରଭାବ ଏବଂ ଏହା ପୂର୍ବାଞ୍ଚଳ ଆଡ଼କୁ ମୁହାଁଉଥିବା କାରଣରୁ ଉତ୍ତର ଏବଂ ଉପକୂଳବର୍ତ୍ତୀ ଓଡ଼ିଶାରେ ମାର୍ଚ୍ଚ ୧୪ ଓ ୧୫ ମଧ୍ୟରେ ଘଡ଼ଘଡ଼ି ସହ ଝଡ଼ବର୍ଷା ଏବଂ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଶିକ୍ଷା ଓ ଅନୁସନ୍ଧାନ (ଡିମ୍‌ଡ ଟୁ ବି ୟୁନିଭର୍ସିଟି)ର ପରିବେଶ ଓ ଜଳବାୟୁ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଏହାର ପ୍ରଭାବରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୁଳ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ଯାଜପୁର ଏବଂ ନୟାଗଡ଼ ଜିଲ୍ଲାରେ ଘଡ଼ଘଡ଼ି ସହ ଝଡ଼ତୋଫାନ ହେବାର ସମ୍ଭାବନା ଥିବା ସିଇସି ପକ୍ଷରୁ କୁହାଯାଇଛି।

ସେହିପରି ଆଉ ଏକ ୱେଷ୍ଟର୍ଣ୍ଣ ଡିଷ୍ଟରବାନ୍ସ ଯୋଗୁ ମାର୍ଚ୍ଚ ୧୮ରୁ ୨୧ ତାରିଖ ମଧ୍ୟରେ ଓଡ଼ିଶାରେ ଝଡ଼ତୋଫାନ ସହ ବର୍ଷା ଏବଂ ବଜ୍ରପାତ ହେବାର ସମ୍ଭାବନା ଥିବା ବିଷୟରେ ସୂଚନା ଦିଆଯାଇଛି।

ବଙ୍ଗୋପସାଗରରେ ପବନର ବେଗ ବଢ଼ିବା ଯୋଗୁଁ ଓଡ଼ିଶାରେ ମାର୍ଚ୍ଚ ୨୩ ତାରିଖ ପର୍ଯ୍ୟନ୍ତ ଦିନର ତାପମାତ୍ରା ୪୦ ଡିଗ୍ରୀରୁ ଅଧିକ ହେବ ନାହିଁ। ସେହିପରି ମାର୍ଚ୍ଚ ୧୩ ଏବଂ ୧୪ରେ କେତେକ ଅଞ୍ଚଳରେ ଦିନର ତାପମାତ୍ରା ୩୬ ରୁ ୩୮ ଡିଗ୍ରୀ ମଧ୍ୟରେ ରହିବ ବୋଲି ସିଇସି ପକ୍ଷରୁ କୁହାଯାଇଛି।



from Odisha Reporter https://ift.tt/2TvGJuW

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages