ଟ୍ରକ୍‌କୁ ପଛପଟୁ ପିଟିଲା କାର୍‌; ୩ ମୃତ, ଜଣେ ଗୁରୁତର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, March 17, 2019

ଟ୍ରକ୍‌କୁ ପଛପଟୁ ପିଟିଲା କାର୍‌; ୩ ମୃତ, ଜଣେ ଗୁରୁତର

car2

ସୁନ୍ଦରଗଡ଼(ବିଜୟ ବରୁଆ): ସୁନ୍ଦରଗଡ଼ ଜିଲ୍ଲା ବଡ଼ଙ୍ଗା ଥାନା ଅନ୍ତର୍ଗତ ଜରଙ୍ଗଲୋଇ ଗାଁ ନିକଟ ବିଜୁ ଏକ୍ସପ୍ରେସ୍‌ ୱେରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଟ୍ରକ୍‌କୁ ଏକ କାର୍‌ ପଛପଟୁ ଧକ୍କା ଦେବାରୁ ୩ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ଦୁଇଜଣ ମହିଳା ଅଛନ୍ତି। ମୃତକମାନେ ହେଲେ ସଜ୍ଜନ ଅଗ୍ରଓ୍ୱାଲ, ଉର୍ମିଳା ଦେବୀ ଓ ନିର୍ମଳା ଦେବୀ। ଆହତ ହୋଇଥିବା ମହିଳାଙ୍କ ନାଁ ସଙ୍ଗୀତା ଅଗ୍ରଓ୍ୱାଲ। ସମସ୍ତଙ୍କ ଘର ବୀରମିତ୍ରପୁର ଅଞ୍ଚଳରେ ବୋଲି ଜଣାପଡ଼ିଛି।

ସୂଚନା ଅନୁଯାୟୀ, ଏମାନେ ସମସ୍ତେ ସମ୍ବଲପୁରରେ ଆୟୋଜିତ ଏକ ଭଜନ ସମାରୋହରେ ଯୋଗ ଦେଇ ଫେରୁଥିବାବେଳେ ଦୁର୍ଘଟଣାଗ୍ରସ୍ତ ହୋଇଥିଲେ। ଘଟଣାସ୍ଥଳରେ ହିଁ ୩ ଜଣଙ୍କର ମୃତ୍ୟୁ ଘଟିଥିଲା। ଦୁର୍ଘଟଣା ପରେ କାର୍‌ ଡ୍ରାଇଭର ଫେରାର ହୋଇଯାଇଥିଲା।

car1ଗତକାଲି ରାତି ୧୦ଟା ୩୦ମିନିଟ୍‌ରୁ ୧୧ଟା ମଧ୍ୟରେ ଏହି ଦୁର୍ଘଟଣା ଘଟିଥିଲା। ଗୁରୁତର ଭାବେ ଆହତ ହୋଇଥିବା ସଙ୍ଗୀତାଙ୍କୁ ପ୍ରଥମେ ସୁନ୍ଦରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଅଣାଯାଇଥିଲା। ପରେ ତାଙ୍କୁ ରାଉରକେଲାକୁ ସ୍ଥାନାନ୍ତର କରାଯାଇଥିଲା। ବର୍ତ୍ତମାନ ତାଙ୍କ ସ୍ୱାସ୍ଥ୍ୟବସ୍ଥା ସଂକଟାପନ୍ନ ଥିବା ଜଣାପଡ଼ିଛି।

ଗାଡ଼ିଟି ଦ୍ରୁତ ଗତିରେ ଥିବା ଯୋଗୁ ଭାରସାମ୍ୟ ହରାଇ ଟ୍ରକ୍‌ ପଛପଟେ ପିଟି ହୋଇଥିବା ଅନୁମାନ କରାଯାଉଛି। ଦୁର୍ଘଟଣାରେ କାର୍‌ର ସମ୍ମୁଖ ଭାଗ ପୂରା ନଷ୍ଟ ହୋଇଯାଇଛି।



from Odisha Reporter https://ift.tt/2Y1JliM

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages