
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ହେଉଛି ପବିତ୍ର ମହାବିଷୁବ ସଂକ୍ରାନ୍ତି ତଥା ପଣା ସଂକ୍ରାନ୍ତି। ଏଥିପାଇଁ ସାରା ରାଜ୍ୟ ଚଳଚଞ୍ଚଳ। ସକାଳୁ ସକାଳୁ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗି ରହିଛି।
ଓଡ଼ିଆ ପଞ୍ଜିକାର ଗଣନା ଅନୁସାରେ, ମହାବିଷୁବ ସଂକ୍ରାନ୍ତି ହିଁ ବର୍ଷର ପ୍ରଥମ ସଂକ୍ରାନ୍ତି ଭାବରେ ଗ୍ରହଣ କରାଯାଇଥାଏ। ଏହି ଦିନକୁ ଓଡ଼ିଆ ନବ ବର୍ଷ ଭାବରେ ମଧ୍ୟ ପାଳନ କରାଯାଇଥାଏ।
ଶ୍ରଦ୍ଧାଳୁମାନେ ଦେବାଦେବୀଙ୍କ ନିକଟରେ ସ୍ୱତନ୍ତ୍ର ପୂଜାର୍ଚ୍ଚାନା କରିଥାନ୍ତି। ଆଜିର ଦିନରେ ବିଭିନ୍ନ ମନ୍ଦିରରେ ଛତୁଆ ଓ ପଣା ଭୋଗର ବିଧି ରହିଛି। ଏଥିସହ ବ୍ରତଧାରୀମାନେ କଣ୍ଟା ଓ ଜଳନ୍ତା ଅଗ୍ନିରେ ଚାଲିଲେ ମାନସିକ ପୂରଣ ହୋଇଥାଏ ବୋଲି ବିଶ୍ୱାସ ରହିଛି।
ପଣାସଂକ୍ରାନ୍ତିରେ ମହାବୀର ହନୁମାନ ଜନ୍ମ ଗ୍ରହଣ କରିଥିଲେ। ତେଣୁ ଏହି ଦିନ ହନୁମାନଙ୍କ ପୂଜା କରାଯାଏ। ତେବେ ପଣା ସଂକ୍ରାନ୍ତିର ସ୍ୱତନ୍ତ୍ରତା ଅନେକ ରହିଛି। ଏଦିନ କିଛି କାର୍ଯ୍ୟ କରିବା ଦ୍ୱାରା ଜୀବନରେ ବିଭିନ୍ନ ସମସ୍ୟା ଦୂର ହୋଇଥାଏ।
from Odisha Reporter http://bit.ly/2UGhvLa
No comments:
Post a Comment