ବିଭିନ୍ନ ସ୍ଥାନରେ ବର୍ଷା; ଜାଣନ୍ତୁ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଆପଣଙ୍କ ଅଞ୍ଚଳର କେମିତି ରହିବ ପାଣିପାଗ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, April 7, 2019

ବିଭିନ୍ନ ସ୍ଥାନରେ ବର୍ଷା; ଜାଣନ୍ତୁ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଆପଣଙ୍କ ଅଞ୍ଚଳର କେମିତି ରହିବ ପାଣିପାଗ

rain1

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହେବା ଫଳରେ ଲୋକଙ୍କୁ ତାତିରୁ ତ୍ରାହି ମିଳିଛି। ବାଲେଶ୍ୱର ସହରରେ ଗତକାଲି ରାତିରେ ଘଡ଼ ଘଡ଼ି ସହ ବର୍ଷା ହୋଇଥିଲା। ଆଜି ସକାଳ ସୁଦ୍ଧା ଏଠାରେ ବର୍ଷା ଲାଗି ରହିଥିଲା।  ରାଜଧାନୀ ଭୁବନେଶ୍ୱରରେ ଆଜି ସକାଳେ କିଛି ସମୟ ପାଇଁ ବର୍ଷା ହୋଇଥିଲା।  କଟକରେ ମଧ୍ୟ ଭୋର୍‌ରେ ପବନ ଓ ଘଡ଼ଘଡ଼ି ସହିତ ବର୍ଷା ହୋଇଥିଲା। କେତେକ ସ୍ଥାନରେ ଝିପିଝିପି ବର୍ଷା ହୋଇଥିବା ବେଳେ ଆଉ କିଛି ସ୍ଥାନରେ ଆକାଶ ମେଘାଚ୍ଛନ୍ନ ରହିଛି।

ଭଦ୍ରକ ଜିଲ୍ଲାର ଧାମନଗର, ଚାନ୍ଦବାଲି ଓ ତିହିଡ଼ି, ଯାଜପୁର ଓ ବିଞ୍ଝାରପୁର, କେନ୍ଦ୍ରାପଡ଼ା ଜିଲ୍ଲାର ଆଳି, ରାଜନଗର ଓ ରାଜକନିକାରେ ଆଜି ଘଡ଼ଘଡ଼ି ସହ ବର୍ଷା ହେବା ସମ୍ଭାବନା ରହିଛି।

ପଶ୍ଚିମବଙ୍ଗ ଓ ଝାଡଖଣ୍ଡ ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶା ଓ ଦକ୍ଷିଣ-ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ରାଜ୍ୟର ବାକି ଜିଲ୍ଲା ଗୁଡ଼ିକରେ ମଧ୍ୟ ସ୍ଥାନେ ସ୍ଥାନେ ସ୍ୱଳ୍ପ ଧରଣର ବର୍ଷା ହେବ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଏଭଳି ପାଗ ରହିବ ବୋଲି ପାଣିପାଗ ବିଭାଗ କହିଛି।

ସେହିପରି ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ପ୍ରଭାବରେ ଉପକୂଳ ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ଝଡ଼ତୋଫାନ ଓ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ ପବନର ବେଗ ୩୦ରୁ ୪୦ କି.ମି. ବେଗରେ ପବନ ବହିବାର ସମ୍ଭାବନା ରହିଛି।



from Odisha Reporter http://bit.ly/2TYv1EB

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages