ଘାଟିରୁ ଟ୍ରକ୍ ଓଲଟି ୩ ମୃତ, ୪ ଆହତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, April 26, 2019

ଘାଟିରୁ ଟ୍ରକ୍ ଓଲଟି ୩ ମୃତ, ୪ ଆହତ

accident

ତେଲକୋଇ (ଚିନ୍ମୟ କୁମାର ସାହୁ): କେନ୍ଦୁଝର ଜିଲ୍ଲା ଗୋନାସିକା-ଜନ୍ତାରୀ ରାସ୍ତାର ଭିଆର୍‌ ଘାଟିରେ ଆଜି ଏକ ଟ୍ରକ୍‌ ଓଲଟି ପଡ଼ିବାରୁ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଖବର ଲେଖାଯିବା ସୁଦ୍ଧା ମୃତକଙ୍କ ପରିଚୟ ମିଳିପାରି ନାହିଁ।

ମିଳିଥିବା ସୂଚନା ଅନୁଯାୟୀ, ଟ୍ରକ୍‌ଟି ନଳକୂପ ସରଞ୍ଜାମ ନେଇ ଯାଉଥିବା ବେଳେ ଭିଆର୍‌ ଘାଟିର ଏକ ବୁଲାଣିରେ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଫଳରେ ଡାଲାରେ ବସିଥିବା ତିନି ଜଣ ଶ୍ରମିକ ଏହା ତଳେ ଚାପି ହୋଇଯାଇଥିଲେ। ଘଟଣାସ୍ଥଳରେ ସେମାନଙ୍କ ମୃତ୍ୟୁ ଘଟିଥିଲା। ଡ୍ରାଇଭର ଓ କ୍ୟାବିନ୍‌ରେ ବସିଥିବା ଅନ୍ୟ ତିନି ଜଣ ଆହତ ହୋଇଛନ୍ତି।

truckaccidentକାଞ୍ଜିପାଣି ଥାନା ପୁଲିସ୍ ଓ ଦମକଳ ବାହିନୀ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ଡାକ୍ତରଖାନା ପଠାଇଥିଲେ। ପୁଲିସ୍ ମୃତଦେହଗୁଡ଼ିକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି।



from Odisha Reporter http://bit.ly/2ITBdfc

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages