କେନ୍ଦ୍ରାପଡ଼ା ଓ ବାଲେଶ୍ୱର ଆସିବେ ପ୍ରଧାନମନ୍ତ୍ରୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, April 18, 2019

କେନ୍ଦ୍ରାପଡ଼ା ଓ ବାଲେଶ୍ୱର ଆସିବେ ପ୍ରଧାନମନ୍ତ୍ରୀ

modi

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ମଙ୍ଗଳବାର ଭୁବନେଶ୍ୱରରେ ରୋଡ୍‌ ଶୋ’ ଓ ସଭା କରିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୩ ତାରିଖରେ ପୁଣି ଓଡ଼ିଶା ଗସ୍ତରେ ଆସିବେ। ସେହିଦିନ ସେ କେନ୍ଦ୍ରାପଡ଼ା ଓ ବାଲେଶ୍ୱରରେ ନିର୍ବାଚନୀ ସଭାରେ ଯୋଗ ଦେବେ। ରାଜ୍ୟ ବିଜେପି ମୁଖପାତ୍ର ଗୋଲକ ମହାପାତ୍ର ଆଜି ଏହି ସୂଚନା ଦେଇଛନ୍ତି।

ଅନ୍ୟପକ୍ଷରେ ଆସନ୍ତାକାଲି କେନ୍ଦ୍ର ଗୃହ ମନ୍ତ୍ରୀ ରାଜନାଥ ସିଂହ ଆସିବେ। ସେ ମୟୂରଭଞ୍ଜ, ନୟାଗଡ଼ ଓ କଟକ ସଦରରେ ଆୟୋଜିତ ନିର୍ବାଚନୀ ସଭାରେ ଯୋଗ ଦେବେ।

ସେହିପରି ୨୦ ତାରିଖରେ କେନ୍ଦ୍ର ମନ୍ତ୍ରୀ ମୁକ୍ତାର ଆବାସ୍ ନକ୍‌ଭି ଆସିବେ। ସେ ସାଲେପୁର, ଭଦ୍ରକ ଓ କେନ୍ଦ୍ରାପଡ଼ାରେ ଆୟୋଜିତ ନିର୍ବାଚନୀ ସଭାରେ ଯୋଗ ଦେବେ ବୋଲି ଶ୍ରୀ ମହାପାତ୍ର ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗତ ମଙ୍ଗଳବାର ଭୁବନେଶ୍ୱର ସହିତ ସମ୍ବଲପୁରରେ ସଭା କରିଥିଲେ। ତା’ପୂର୍ବରୁ ସେ ଜୟପୁର, ଭବାନୀପାଟଣା, ସୁନ୍ଦରଗଡ଼ ଓ ସୋନପୁରରେ ସେ ନିର୍ବାଚନୀ ସଭା କରିଥିଲେ। ସେହିଭଳି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ ମଧ୍ୟ ଓଡ଼ିଶାରେ ମାରାଥନ୍ ପ୍ରଚାର କରୁଛନ୍ତି। ଗତକାଲି ସେ ଢେଙ୍କାନାଳ ଓ କଟକ ଜିଲ୍ଲାରେ ନିର୍ବାଚନ ପ୍ରଚାର କରିଥିଲେ। ତା’ପୂର୍ବରୁ ସେ ପାରଲାଖେମୁଣ୍ଡି, ବରଗଡ଼, କେନ୍ଦୁଝର, ପୋଲସରା ଓ ପୁରୀ ଗସ୍ତରେ ଆସିଥିଲେ।



from Odisha Reporter http://bit.ly/2IGxd1s

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages