ଅପରାହ୍ଣ ୫ଟା ସୁଦ୍ଧା ରାଜ୍ୟରେ ୬୬ ପ୍ରତିଶତ ମତଦାନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, April 29, 2019

ଅପରାହ୍ଣ ୫ଟା ସୁଦ୍ଧା ରାଜ୍ୟରେ ୬୬ ପ୍ରତିଶତ ମତଦାନ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ହେଉଛି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଏହି ପର୍ଯ୍ୟାୟରେ  ଆଜି ରାଜ୍ୟରେ ୬ଟି ଲୋକସଭା ଓ ଏହା ଅନ୍ତର୍ଗତ ୪୧ଟି ବିଧାନସଭା ଆସନ ପାଇଁ ମତଦାନ ଚାଲିଛି।

ରାଜ୍ୟରେ ଦିନ ୫ଟା ୩୦ ସୁଦ୍ଧା ୬୬ ପ୍ରତିଶତ ମତଦାନ ହୋଇଛି। ମୟୂରଭଞ୍ଜ ଜିଲ୍ଲାରେ ୬୬ ପ୍ରତିଶତ, ଯାଜପୁରରେ ୬୫ ପ୍ରତିଶତ ମତଦାନ ହୋଇଛି। କେନ୍ଦ୍ରାପଡ଼ାରେ ୬୫ ଓ ଜଗତସିଂହପୁରରେ ୬୪ ପ୍ରତିଶତ ମତଦାନ ହୋଇଛି ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ସୁରେନ୍ଦ୍ର କୁମାର ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, ଆଜି ସକାଳେ ଭୋଟଗ୍ରହଣ ଆରମ୍ଭ ହେବା ପରେ ସକାଳ ୯ଟା ସୁଦ୍ଧା ୯ ପ୍ରତିଶତ ମତଦାନ ହୋଇଥିବା ବେଳେ ପରବର୍ତ୍ତୀ ସମୟରେ ଦିନ ୧୧ଟା ସୁଦ୍ଧା ୧୭ ପ୍ରତିଶତ, ଦିନ ୧ଟା ସୁଦ୍ଧା ୩୫ ପ୍ରତିଶତ ଓ ଦିନ ୩ଟା ସୁଦ୍ଧା ୫୩ ପ୍ରତିଶତ ମତଦାନ ହୋଇଥିବା ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ସୂଚନା ମିଳିଥିଲା।

 

 



from Odisha Reporter http://bit.ly/2Y0aL87

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages