ସ୍ତ୍ରୀକୁ ମାରି ସ୍ୱାମୀର ଆତ୍ମହତ୍ୟା ଉଦ୍ୟମ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, April 27, 2019

ସ୍ତ୍ରୀକୁ ମାରି ସ୍ୱାମୀର ଆତ୍ମହତ୍ୟା ଉଦ୍ୟମ

attack

ସୋର(ଶଶିକାନ୍ତ ବେହେରା): ସ୍ତ୍ରୀକୁ ହତ୍ୟା କରିବା ପରେ ଆତ୍ମହତ୍ୟା ଉଦ୍ୟମ କରିଛି ସ୍ୱାମୀ। ବାଲେଶ୍ୱର ଜିଲ୍ଲା ସୋର ପୌରପାଳିକା ଅନ୍ତର୍ଗତ ପାରମହଲା ସାହିରେ ଘଟିଛି ଏହି ଘଟଣା। ମୃତ ମହିଳାଙ୍କ ନାଁ ବେବି ଖାତୁନ୍।

ବେବିଙ୍କ ସ୍ୱାମୀ ଶେଖ୍‌ ମଣ୍ଟୁଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ସୋର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତେବେ ଅବସ୍ଥା ସଂକଟାପନ୍ନ ହେବାରୁ ତାଙ୍କୁ ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।

୮ ମାସ ତଳେ ମଣ୍ଟୁ ଓ ବେବିଙ୍କ ବାହାଘର ହୋଇଥିଲା। କୌଣସି ପାରିବାରିକ କଥାକୁ ନେଇ ଆଜି ସକାଳେ ଉଭୟଙ୍କ ମଧ୍ୟରେ ପ୍ରବଳ ଝଗଡ଼ା ହୋଇଥିଲା। ଏହି ସମୟରେ ମଣ୍ଟୁ ରାଗି ଯାଇ ଏକ ଛୁରୀରେ ବେବିଙ୍କ ବେକ କାଟି ଦେଇଥିଲେ। ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା। ଏହା ପରେ ମଣ୍ଟୁ ମଧ୍ୟ ଛୁରୀରେ ନିଜ ବେକ କାଟି ଆତ୍ମହତ୍ୟା ଉଦ୍ୟମ କରିଥିଲେ। ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ତାଙ୍କୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଉଦ୍ଧାର କରି ଡାକ୍ତରଖାନା ନେଇଥିଲା। ବେବିଙ୍କ ମୃତଦେହକୁ ପୁଲିସ୍ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହିତ ଘଟଣାର ତଦନ୍ତ କରୁଛି।



from Odisha Reporter http://bit.ly/2Pykjny

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages