ପୋଲିଂ ପାର୍ଟି ଉପରେ ଆକ୍ରମଣ, ଜଣେ ନକ୍ସଲ ନିହତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, April 11, 2019

ପୋଲିଂ ପାର୍ଟି ଉପରେ ଆକ୍ରମଣ, ଜଣେ ନକ୍ସଲ ନିହତ

ନାରାୟଣପୁର: ଛତିଶଗଡ଼ର ନାରାୟଣପୁର ଜିଲ୍ଲାରେ ଆଜି ମାଓବାଦୀମାନେ ଏକ ପୋଲିଂ ପାର୍ଟି ଉପରେ ଆକ୍ରମଣ କରିଛନ୍ତି। ସୁରକ୍ଷାକର୍ମୀମାନେ ଏହାକୁ ପ୍ରତିହତ କରିବାରେ ସକ୍ଷମ ହୋଇଥିବା ବେଳେ ପାଲଟା ଗୁଳିରେ ଜଣେ ନକ୍ସଲ ନିହତ ହୋଇଛି।

ଅର୍ଚ୍ଛା ଠାରେ ଭୋଟ୍‌ ଗ୍ରହଣ ଶେଷ ହେବା ପରେ ପୋଲିଂ ପାର୍ଟିମାନେ ଇଭିଏମ ଧରି ନିକଟସ୍ଥ ହେଲିପ୍ୟାଡ୍‌ ନିକଟକୁ ଆସୁଥିଲେ। ଏହି ସମୟରେ ନକ୍ସଲମାନେ ସେମାନଙ୍କ ଉପରକୁ ଗୁଳି ଚଳାଇଥିଲେ। ତେବେ ସେଠାରେ ଥିବା ସୁରକ୍ଷାକର୍ମୀଙ୍କ ପକ୍ଷରୁ ଏହାର ପାଲଟା ଜବାବ ଦିଆଯାଇଥିଲା। ଦୀର୍ଘ ସମୟ ଧରି ଚାଲିଥିବା ଏହି ଗୁଳି ବିନିମୟରେ ଜଣେ ନକ୍ସଲ ନିହତ ହୋଇଥିଲା। ଏହାପରେ ଅନ୍ୟ ନକ୍ସଲମାନେ ସେଠାରୁ ଛତ୍ରଭଙ୍ଗ ଦେଇଥିଲେ।



from Odisha Reporter http://bit.ly/2IdVRa6

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages