ପ୍ରବଳ ବର୍ଷା ସାଙ୍ଗକୁ ପବନ, ୩ ରାଜ୍ୟରେ ୩୧ ଜଣଙ୍କର ମୃତ୍ୟୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, April 16, 2019

ପ୍ରବଳ ବର୍ଷା ସାଙ୍ଗକୁ ପବନ, ୩ ରାଜ୍ୟରେ ୩୧ ଜଣଙ୍କର ମୃତ୍ୟୁ

ନୂଆଦିଲ୍ଲୀ: ପ୍ରବଳ ବର୍ଷା ସହ ପବନ ବହିବାରୁ ଦେଶର ୩ଟି ରାଜ୍ୟରେ ୩୧ ଜଣ ଲୋକଙ୍କ ମୃତ୍ୟୁ ହୋଇଛି। ଏଥିରେ ମଧ୍ୟପ୍ରଦେଶର ୧୩ ଜଣ ଥିବା ବେଳେ ଗୁଜରାଟ ଓ ରାଜସ୍ଥାନରେ ୯ ଜଣ ଲେଖାଏ ଅଛନ୍ତି। ଏଥିରେ ଅନେକ ଆହତ ହୋଇଥିବା ମଧ୍ୟ ସୂଚନା ରହିଛି।

ଦେଶର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସାଙ୍ଗକୁ ପବନ ବହିଥିବା ବେଳେ କୁଆପଥର ମାଡ଼ ହୋଇଥିବା ପାଣିପାଗ ବିଭାଗ କହିଛି।  ଗୁଜରାଟ, ମଧ୍ୟ ପ୍ରଦେଶ ଏବଂ ରାଜସ୍ଥାନ, ମଣିପୁରରେ ଏହାର ଅଧିକ ପ୍ରଭାବ ପଡ଼ିଥିବା ଦେଖିବାକୁ ମିଳିଛି। ଅନେକ ସ୍ଥାନରେ ଗଛ ଓ ବିଦ୍ୟୁତ୍ ଖୁଣ୍ଟି ଭାଙ୍ଗି ପଡ଼ିଥିବା ଦେଖିବାକୁ ମିଳିଛି।

ପ୍ରଧାନମନ୍ତ୍ରୀ ମୋଦି ଏହି ପ୍ରାକୃତିକ ବିପର୍ଯ୍ୟୟ ପାଇଁ ଦୁଃଖ ପ୍ରକାଶ କରିବା ସହ ଟ୍ୱିଟ୍‌ କରି ମୃତକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି ଓ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । ମୃତକଙ୍କ ପରିବାରକୁ ପ୍ରଧାନମନ୍ତ୍ରୀଙ୍କ ପାଣ୍ଠିରୁ ୨ ଲକ୍ଷ ଟଙ୍କା ଓ ଆହତଙ୍କ ପାଇଁ ୫୦ ହଜାର ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯିବାକୁ ସେ ଘୋଷଣା କରିଛନ୍ତି।



from Odisha Reporter http://bit.ly/2VOlRMt

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages