
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଗତକାଲି କଂଗ୍ରେସ ଦଳରୁ ଇସ୍ତଫା ଦେଇଥିବା ନେତା ବିଭୁ ପ୍ରସାଦ ତରାଇ ଆଜି ବିଜେପିରେ ଯୋଗଦେଇଛନ୍ତି। ବିଜେପି ରାଜ୍ୟ କାର୍ଯ୍ୟାଳୟରେ ବିଜେପିର ରାଷ୍ଟ୍ରୀୟ ଉପ ସଭାପତି ବୈଜୟନ୍ତ ପଣ୍ଡା ଓ ବିଶ୍ୱ ଭୂଷଣ ହରିଚନ୍ଦନ ଓ ସମୀର ମହାନ୍ତିଙ୍କ ଉପସ୍ଥିତିରେ ସେ ବିଧିବଦ୍ଧ ଭାବେ ବିଜେପିରେ ସାମିଲ ହୋଇଛନ୍ତି।
ଗତକାଲି ବିଭୁ କଂଗ୍ରେସରୁ ଇସ୍ତଫା ଦେଇଥିଲେ। ଦଳ ତାଙ୍କୁ ତିର୍ତ୍ତୋଲ ବିଧାନସଭା ଆସନରୁ ପ୍ରାର୍ଥୀ କରିଥିଲା। ହେଲେ ଶ୍ରୀ ତରାଇ ଜଗତସିଂହପୁର ଲୋକସଭା ଆସନରୁ ଲଢ଼ିବାକୁ ଆଗ୍ରହୀ ଥିଲେ। ସେ ଏନେଇ ଦଳର ନେତୃବୃନ୍ଦଙ୍କୁ ଅବଗତ କରିଥିଲେ। କିନ୍ତୁ ତାଙ୍କୁ ଦଳ ତିର୍ତ୍ତୋଲ ବିଧାନସଭା ଆସନରେ ଲଢ଼ିବା ପାଇଁ ଚାପ ପକାଇବାରୁ ସେ ବାଧ୍ୟ ହୋଇ ଦଳରୁ ଇସ୍ତଫା ଦେଇଛନ୍ତି ବୋଲି ନିଜର ଇସ୍ତଫା ପତ୍ରରେ ଦର୍ଶାଇଥିଲେ।
from Odisha Reporter https://ift.tt/2YLxFkC
No comments:
Post a Comment